ପୁଣି ୧୪୧ଜଣ କରୋନା ପଜିଟିଭ୍ ଚିହ୍ନଟ, ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୨୪୫କୁ ବୃଦ୍ଧି

ପୁଣି ୧୪୧ଜଣ କରୋନା ପଜିଟିଭ୍ ଚିହ୍ନଟ, ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୨୪୫କୁ ବୃଦ୍ଧି

ଭୁବନେଶ୍ବର: ରାଜ୍ୟରେ ଆଜି ପୁଣି ୧୪୧ଜଣ କରୋନା ପଜିଟିଭ୍ ଚିହ୍ନଟ ହେବା ପରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୨୪୫କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏମାନଙ୍କ ଭିତରୁ ୩୧ଜଣ ସ୍ଥାନୀୟ ସଂକ୍ରମିତ ଥିବା ବେଳେ ଅବଶିଷ୍ଟ ୧୧୦ଜଣ ସଙ୍ଗରୋଧ କେନ୍ଦ୍ରର ବୋଲି ଜଣାଯାଇଛି। ଆଜି ୧୮ଟି ଜିଲ୍ଲାରୁ ଆଜି ଏହିସବୁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି।

publive-image cdc

ଆଜି ଗଞ୍ଜାମ ଜିଲ୍ଲାରେ ସର୍ବାଧିକ ୨୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାଛଡ଼ା ଖୋର୍ଦ୍ଧା ଜିଲ୍ଲାରେ ୨୬ଜଣ ଚିହ୍ନଟ ହୋଇଥିବା ବେଳେ, ନୟାଗଡ଼, ସମ୍ବଲପୁର, ମୟୂରଭଞ୍ଜ ଓ ଅନୁଗୁଳ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ବାଲେଶ୍ବର ଓ ଢେଙ୍କାନାଳ ଜିଲ୍ଲାରୁ ୨ଜଣ ଲେଖାଏଁ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। କେନ୍ଦ୍ରାପଡ଼ା ଜିଲ୍ଲାରେ ୧୩ଜଣ ଓ ପୁରୀ ଜିଲ୍ଲାରେ ୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସୁନ୍ଦରଗଡ଼ ଜିଲ୍ଲାରୁ ୮ଜଣ ଚିହ୍ନଟ ହୋଇଥିବା ବେଳେ ଯାଜପୁର ଜିଲ୍ଲାରୁ ୧୦ ଜଣ ଚିହ୍ନଟ ହୋଇଛନ୍ତି।  କଟକରୁ ୬ ଜଣ ଚିହ୍ନଟ ହୋଇଥିବା ବେଳେ, ଗଜପତି, କେନ୍ଦୁଝର ଓ ଜଗତସିଂହପୁର ଜିଲ୍ଲାରୁ ୪ ଜଣ ଲେଖାଏଁ ଚିହ୍ନଟ ହୋଇଛନ୍ତି। ବଲାଙ୍ଗୀର ଜିଲ୍ଲାରୁ ୭ ଜଣ ଓ ନୂଆପଡ଼ା ଜିଲ୍ଲାରୁ ୧୯ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି।

ଏବେ ରାଜ୍ୟରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୯୯୧ରେ ପହଞ୍ଚିଛି। ତେବେ ୧୨୪୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।  ଅପରପକ୍ଷରେ ୭ଜଣଙ୍କର ମୃତ୍ୟୁ ଘଟିଛି। କରୋନା ବ୍ୟତୀତ ଅନ୍ୟ ରୋଗରେ ଦୁଇ ପୀଡ଼ିତଙ୍କର ବି ମୃତ୍ୟୁ ଘଟିଛି ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe