ରାଜ୍ୟରେ ଆଜି ୧୪୩ କରୋନା ପଜିଟିଭ ଚିହ୍ନଟ, ୨୩୮୮ରେ ପହଁଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର: ଆଜି ରାଜ୍ୟରେ ୧୪୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି | ଏମାନଙ୍କ ମଧ୍ୟରୁ ୧୩୨ ଜଣ କ୍ଵାରାଣ୍ଟିନ ସେଣ୍ଟରରୁ ଚିହ୍ନଟ ହୋଇଥିବାବେଳେ ୧୧ ଜଣ ସ୍ଥାନୀୟ ଲୋକ ବୋଲି ଜଣାପଡିଛି | ଏହି ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ପଜିଟିଭଙ୍କ ସଂଖ୍ୟା ୨୩୮୮ରେ ପହଂଚିଛି |


ସ୍ୱାସ୍ଥ୍ୟ ବିଭାଗ ତରଫରୁ ମିଳିଥିବା ସୂଚନା ମୁତାବକ ଏ ପର୍ଯ୍ୟନ୍ତ ୧୬୨୮୯୧ ନମୁନା ପରୀକ୍ଷା ହୋଇଥିବାବେଳେ ଆଜି ୧୪୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି | ରାଜ୍ୟରେ ସମୁଦାୟ ପଜିଟିଭଙ୍କ ସଂଖ୍ୟା ୨୩୮୮ରେ ପହଂଚିଥିବାବେଳେ ୧୩୨୫ ଜଣ ସୁସ୍ଥ ହୋଇଛନ୍ତି | ସେହିପରି ୭ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ବର୍ତ୍ତମାନ ୧୦୫୪ଟି ସକ୍ରିୟ ମାମଲା ରହିଛି |

ସମ୍ବନ୍ଧିତ ଖବର