୨ ଶହ ତଳେ ରାଜ୍ୟରେ ଦୈନିକ କରୋନା ସଂକ୍ରମଣ: ୧୩ ଜଣ ୧୮ ବର୍ଷରୁ କମ୍ ବୟସର

୨ ଶହ ତଳେ ରାଜ୍ୟରେ ଦୈନିକ କରୋନା ସଂକ୍ରମଣ: ୧୩ ଜଣ ୧୮ ବର୍ଷରୁ କମ୍ ବୟସର

ଭୁବନେଶ୍ବର: ଆଜି ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ୨ ଶହ ତଳେ ରହିଛି। ଗତକାଲି ୨୦୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୪୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୮୬ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୬୦ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୧୩ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ୨୧ଟି ଜିଲ୍ଲାରୁ ୧୪୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୧, ବାଲେଶ୍ବର ଜିଲ୍ଲାରୁ ୧୪, ବରଗଡ଼ ଜିଲ୍ଲାରୁ ୩, ଭଦ୍ରକରୁ ୧, କଟକରୁ ୧୭ ଜଣ, ଦେବଗଡ଼ରୁ ୧, ଗଜପତିରୁ ୪, ଗଞ୍ଜାମରୁ ୧, ଜଗତସିଂହପୁରରୁ ୩ ଜଣ, ଯାଜପୁରରୁ ୬ ଜଣ, କନ୍ଧମାଳରୁ ୨ ଜଣ, କେନ୍ଦ୍ରାପଡ଼ାରୁ ୧, ଖୋର୍ଦ୍ଧା ଜିଲ୍ଲାରୁ ୨୪, କୋରାପୁଟରୁ ୧, ମୟୂରଭଞ୍ଜରୁ ୪ ଜଣ, ନବରଙ୍ଗପୁରରୁ ୪ ଜଣ, ନୟାଗଡ଼ ଜିଲ୍ଲାରୁ ୬ ଜଣ, ପୁରୀରୁ ୨୨ ଜଣ, ସମ୍ବଲପୁରରୁ ୬ ଜଣ, ସୋନପୁରରୁ ୬, ସୁନ୍ଦରଗଡ଼ରୁ ୧୩ ଜଣ ଓ ଷ୍ଟେଟପୁଲରୁ ୬ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

ଏପର୍ଯ୍ୟନ୍ତ ରାଜ୍ୟରେ ୧୩, ୩୪, ୨୩୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୩, ୨୩, ୬୪୬ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୧୩୪୩ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe