ଭୁବନେଶ୍ବର: ରାଜ୍ୟରେ ଆଜି ପୁଣି ୧୪୬ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାଫଳରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧୪୦କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଏମାନଙ୍କ ଭିତରୁ ୧୭ଜଣ ସ୍ଥାନୀୟ ସଂକ୍ରମିତ ଥିବା ବେଳେ ଅବଶିଷ୍ଟ ୧୨୯ଜଣ ସଙ୍ଗରୋଧ କେନ୍ଦ୍ରର ବୋଲି ଜଣାଯାଇଛି। ଆଜି ୧୭ଟି ଜିଲ୍ଲାରୁ ଏହିସବୁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି।
Sambad is now on WhatsApp
Join and get latest news updates delivered to you via WhatsApp
ଆଜି ଗଞ୍ଜାମ ଜିଲ୍ଲାରୁ ୧୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି। ଠିକ୍ ସେହିପରି ଖୋର୍ଦ୍ଧା ଜିଲ୍ଲାରୁ ୧୯ ଏବଂ ଯାଜପୁର, ମାଲକାନଗିରି, ଢେଙ୍କାନାଳ ଓ ବଲାଙ୍ଗୀର ଜିଲ୍ଲାରୁ ଜଣେ ଲେଖାଏଁ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି।
ଏହାଛଡ଼ା ମୟୂରଭଞ୍ଜ, କଳାହାଣ୍ଡି ଓ ନୟାଗଡ଼ ଜିଲ୍ଲାରୁ ୩ ଜଣ ଲେଖାଏଁ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଠିକ୍ ସେହିପରି କେନ୍ଦ୍ରାପଡ଼ା, କନ୍ଧମାଳ, କେନ୍ଦୁଝର ଓ କଟକ ଜିଲ୍ଲାରୁ୨ ଜଣ ଲେଖାଏଁ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି।
ବାଲେଶ୍ବର ଓ ସୁନ୍ଦରଗଡ଼ ଜିଲ୍ଲାରୁ ୭ ଜଣ ଲେଖାଏଁ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଅପରପକ୍ଷରେ ଜଗତସିଂହପୁର ଜିଲ୍ଲାରୁ ୮ ଜଣ ଦେବଗଡ଼ ଜିଲ୍ଲାରୁ ୫ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାଛଡ଼ା ଅମ୍ଫାନ ବାତ୍ୟାର ଉଦ୍ଧାର କାର୍ଯ୍ୟରେ ନିୟୋଜିତ ଓଡ୍ରାଫ୍ ଓ ଏନଡିଆରଏଫର ୬୧ଜଣ ପଶ୍ଚିମବଙ୍ଗ ଫେରନ୍ତାଙ୍କୁ ବି ଏଥିରେ ସାମିଲ କରାଯାଇଛି।
ଏବେ ରାଜ୍ୟରେ ମୋଟ୍ ୧୯୯୩ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୧୩୬ ରହିଛି। ଅପରପକ୍ଷରେ ୯ ଜଣଙ୍କର ମୃତ୍ୟୁ ଘଟିଛି। କରୋନା ବ୍ୟତୀତ ଅନ୍ୟ ରୋଗରେ ଦୁଇ ପୀଡ଼ିତଙ୍କର ବି ମୃତ୍ୟୁ ଘଟିଛି ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।