୪୦ ଡିଗ୍ରି ଉପରେ ୧୫ ସହର

ଭୁବନେଶ୍ବର : ତାତିରୁ ସାମାନ୍ୟ ଆଶ୍ବସ୍ତି ମିଳିବ। ଆସନ୍ତା ୨ରୁ ୩ ଦିନ ମଧ୍ୟରେ ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ଦିନର ସର୍ବୋଚ୍ଚ ତାପମାତ୍ରା ୩ ଡିଗ୍ରି ପର୍ଯ୍ୟନ୍ତ ହ୍ରାସ ପାଇବାକୁ ଥିବା ବେଳେ ପରବର୍ତୀ ୩ ଦିନ ଅଭ୍ୟନ୍ତରୀଣ ଓଡ଼ିଶାରେ ତାପମାତ୍ରା ୨ରୁ ୩ ଡିଗ୍ରି କମିବ। ଏହି ସମୟରେ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କୋରାପୁଟ, ନବରଙ୍ଗପୁର, ଗଜପତି, କନ୍ଧମାଳ ଓ ରାୟଗଡ଼ା ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ୩୦ରୁ ୪୦ କିମି ବେଗରେ ପବନ ସହ ବର୍ଷା ହେବାର ସମ୍ଭାବନା ରହିଛି।

ଅନ୍ୟପକ୍ଷରେ ବୁଧବାର ବି ସାରା ରାଜ୍ୟରେ ପ୍ରବଳ ତାତି ଅନୁଭୂତ ହୋଇଛି। ଉପକୂଳ, ଦକ୍ଷିଣ ଓ ଉତ୍ତର ଓଡ଼ିଶାରେ ତାପମାତ୍ରା ୪୦ ଡିଗ୍ରି ତଳେ ରହିଥିଲେ ମଧ୍ୟ ପ୍ରବଳ ଗୁଳୁଗୁଳିରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ୁଛି। କାଁ ଭାଁ ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ବର୍ଷା ହେଉଛି। ରାଜ୍ୟର ୧୫ଟି ସହରର ତାପମାତ୍ରା ୪୦ ଡିଗ୍ରି ଉପରେ ରହିଥିଲା। ବୌଦ୍ଧ ରାଜ୍ୟର ସବୁଠାରୁ ଉତ୍ତପ୍ତ ସହର ଭାବେ ପରିଗଣିତ ହୋଇଛି। ଏଠାରେ ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ୪୩.୨ ଡିଗ୍ରି ‌ରେକର୍ଡ କରାଯାଇଛି। ଏହାବ୍ୟତୀତ ଝାରସୁଗୁଡ଼ାରେ ୪୨.୮, ବଲାଙ୍ଗୀରରେ ୪୨.୫, ସମ୍ବଲପୁରରେ ୪୨.୩, ଅନୁଗୁଳରେ ୪୨.୧, ଟିଟିଲାଗଡ଼ ଓ ହୀରାକୁଦରେ ୪୨, ତାଳଚେରରେ ୪୧.୭, ଭବାନୀପାଟଣା ଓ ସୁନ୍ଦରଗଡ଼ରେ ୪୧.୫, ନୟାଗଡ଼ ଓ ସୋନପୁରରେ ୪୧, ମାଲକାନଗିରିରେ ୪୦.୫, ପାରଳାଖେମୁଣ୍ଡି ଓ ଫୁଲବାଣୀରେ ୪୦ ଡିଗ୍ରି ରହିଥିଲା। ତତଲା ସହର ପାଲଟିଥିବା ଭୁବନେଶ୍ବରର ତାପମାତ୍ରା ସାମାନ୍ୟ ହ୍ରାସ ପାଇ ୪୦ ଡିଗ୍ରି ତଳକୁ ଖସି ୩୯.୫ ଡିଗ୍ରିରେ ରହିଛି।

ସମ୍ବନ୍ଧିତ ଖବର