ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୧୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର: ଗତକାଲି ରାଜ୍ୟରେ ୧୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଜି ୧୫ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।  ଏମାନଙ୍କ ମଧ୍ୟରୁ ୧୦ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୫ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୩ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ୬ଟି ଜିଲ୍ଲାରୁ ୧୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ୨୪ଟି ଜିଲ୍ଲାରେ କରୋନା ସଂକ୍ରମଣର ସୂଚନା ନାହିଁ। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୭ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

 

ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ବରରୁ ଜଣେ, କଟକରୁ ୨ ଜଣ, ଖୋର୍ଦ୍ଧାରୁ ୭ ଜଣ, ନୟାଗଡ଼ରୁ ଜଣେ, ନୂଆପଡ଼‌ାରୁ ଜଣେ, ସୁନ୍ଦରଗଡ଼ରୁ ଜଣେ ଓ ଷ୍ଟେଟ୍‌ପୁଲ୍‌ରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।  ଏପର୍ଯ୍ୟନ୍ତ ରାଜ୍ୟରେ ୧୨, ୮୮, ୫୪୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨, ୭୯, ୨୬୯ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୧୦୫ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

ସମ୍ବନ୍ଧିତ ଖବର