ଭୁବନେଶ୍ବର: ଆଜି ବି ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ପଚାଶ ତଳେ ରହିଛି। ରାଜ୍ୟରେ ଆଜି ସର୍ବନିମ୍ନ କରୋନା ସଂକ୍ରମଣ ରହିଛି। ରାଜ୍ୟରେ ଗତକାଲି ୩୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ମାତ୍ର ୧୫ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୯ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୬ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୨ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ୯ଟି ଜିଲ୍ଲାରୁ ୧୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି ପୁରୀ ଜିଲ୍ଲାରୁ ସର୍ବାଧିକ ୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ବର ଜିଲ୍ଲାରୁ ୧, ବଲାଙ୍ଗୀରରୁ ୧ ଜଣ, ଦେବଗଡ଼ରୁ ୩, ଯାଜପୁରରୁ ୧, କଳାହାଣ୍ଡିରୁ ୧, ପୁରୀରୁ ୪, ସମ୍ବଲପୁରରୁ ୧ ଜଣ, ସୋନପୁରରୁ ୧ ଓ ସୁନ୍ଦରଗଡ଼ରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।
ଏପର୍ଯ୍ୟନ୍ତ ରାଜ୍ୟରେ ୧୩, ୩୬, ୧୩୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୩, ୨୬, ୬୨୧ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୨୫୫ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।
Follow Us