ଆଜି ବି ରାଜ୍ୟରେ ପଚାଶ ତଳେ ଦୈନିକ କରୋନା ସଂକ୍ରମଣ: ୧୮ ବର୍ଷରୁ କମ୍ ବୟସର କେହି ନାହାନ୍ତି

ଭୁବନେଶ୍ବର: ଆଜି ବି ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ପଚାଶ ତଳେ ରହିଛି। ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୯ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୬ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ଜଣେ ବି ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ନଥିବା ଜଣାଯାଇଛି। ଆଜି ରାଜ୍ୟର ୮ଟି ଜିଲ୍ଲାରୁ ୧୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ବରଗଡ଼ ଜିଲ୍ଲାରୁ ୩, ବଲାଙ୍ଗୀରରୁ ୧, କଟକରୁ ୩ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩, ମୟୂରଭଞ୍ଜରୁ ୧, ପୁରୀରୁ ୧, ସମ୍ବଲପୁରରୁ ୨ ଜଣ ଓ ସୁନ୍ଦରଗଡ଼ରୁ ୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି।
ଏପର୍ଯ୍ୟନ୍ତ ରାଜ୍ୟରେ ୧୩, ୩୬, ୨୩୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୩, ୨୬, ୭୬୮ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୨୦୮ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

ସମ୍ବନ୍ଧିତ ଖବର