ପୁଣି ବଢ଼ିଲା ସଂକ୍ରମଣ: ରାଜ୍ୟର ୫ ଜିଲ୍ଲାରୁ ୧୫ କରୋନା ପଜିଟିଭ ଚିହ୍ନଟ, ୨ ଜଣ ୧୮ ବର୍ଷରୁ କମ୍ ବର୍ଗର

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୫ କରୋନା ପଜିଟିଭ ଚିହ୍ନଟ, ୧୮ ବର୍ଷରୁ କମ୍ ବର୍ଗର ଜଣେ ବି ନାହାନ୍ତି

ଭୁବନେଶ୍ବର: ଗତକାଲି ୫ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ମାତ୍ର ୧୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୯ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୨ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ମାତ୍ର ୫ଟି ଜିଲ୍ଲାରୁ ୧୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ୨୫ଟି ଜିଲ୍ଲାରେ କରୋନା ସଂକ୍ରମଣର ସୂଚନା ନାହିଁ। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ କେନ୍ଦ୍ରାପଡ଼ା ଜିଲ୍ଲାରୁ ୧ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୯ ଜଣ, ମୟୂରଭଞ୍ଜରୁ ୧ ଜଣ, ନୂଆପଡ଼ାରୁ ୧ ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧ ଜଣ ଓ ଷ୍ଟେଟ୍ ପୁଲରୁ ୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ଏପର୍ଯ୍ୟନ୍ତ ରାଜ୍ୟରେ ୧୨, ୮୭, ୭୫୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨, ୭୮, ୩୨୨ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୨୬୧ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe