ବସ୍‌-ଟ୍ରକ୍‌ ମୁହାଁମୁହିଁ ଧକ୍କା; ୧୨ ଆହତ, ୪ ଗୁରୁତର

Advertisment
ଦୁର୍ଘଟଣାରେ ଜଣେ ମୃତ

‌ବୌଦ୍ଧ: ଯାତ୍ରୀବାହୀ ବସ୍‌ ଓ ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ୧୨ ଜଣ ଆହତ ହୋଇଛନ୍ତି। ପୁରୁଣାକଟକ ଥାନା ଚାରିଛକ ନିକଟରେ ଗତକାଲି ବିଳମ୍ବିତ ରାତିରେ ଘଟିଛି ଏହି ଦୁର୍ଘଟଣା। ଆହତମାନଙ୍କୁ ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରାଯାଇଛି। ସେମାନଙ୍କ ମଧ୍ୟରୁ ୪ ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି। ସେମାନଙ୍କୁ ବୌଦ୍ଧ  ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଥିବା ସୂଚନା ମିଳିଛି।

’ସାହିଲ’ ନାମକ ଘରୋଇ ବସ୍‌ଟି ଗତକାଲି ରାତିରେ ପ୍ରାୟ ୪୦ ଯାତ୍ରୀଙ୍କୁ ନେଇ ବଡମ୍ବାରୁ ବଲାଙ୍ଗୀର ଯାଉଥିବା ବେଳେ ବିପରୀତ ଦିଗରୁ ଆସୁଥିବା ଏକ ଟ୍ରକ ସହ ମୁହାଁମୁହିଁ ଧକ୍କା ହୋଇଥିଲା। ଦୁର୍ଘଟଣାର ଖବର ପାଇ ସ୍ଥାନୀୟ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଥିବା ସୂଚନା ମିଳିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe