ଭୁବନେଶ୍ବର: ରାଜ୍ୟରେ ଆଜି ପୁଣି ୧୫୬ଜଣ କରୋନା ପଜିଟିଭ୍ ଚିହ୍ନଟ ହେବା ପରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୧୦୪କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗୋଟିଏ ଦିନରେ ୧୫୬ କରୋନା ପଜିଟିଭ୍ ଚିହ୍ନଟ ହେବା ଫଳରେ ଏକ ନୂଆ ରେକର୍ଡ଼ ସୃଷ୍ଟି ହୋଇଛି ରାଜ୍ୟରେ। ଏଯାବତ୍ ଏତେ ସଂଖ୍ୟକ ଆକ୍ରାନ୍ତ ଏକାଥରକରେ ଚିହ୍ଟଟ ହୋଇ ନଥିଲେ।

Advertisment

ଏମାନଙ୍କ ଭିତରୁ ୩ଜଣ ସ୍ଥାନୀୟ ସଂକ୍ରମିତ ଥିବା ବେଳେ ଅବଶିଷ୍ଟ ୧୫୩ଜଣ ସଙ୍ଗରୋଧ କେନ୍ଦ୍ରର ବୋଲି ଜଣାଯାଇଛି।

ଆଜି ୧୯ଟି ଜିଲ୍ଲାରୁ ଆଜି ଏହିସବୁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି। ଆଜି କେନ୍ଦ୍ରାପଡ଼ା ଜିଲ୍ଲାରେ ସର୍ବାଧିକ ୫୦ ଜଣ ଆକ୍ରାନ୍ତ ଅଛନ୍ତି। ଏହାଛଡ଼ା ଖୋର୍ଦ୍ଧା, ନୟାଗଡ଼, ନୂଆପଡ଼ା,  ସୁବର୍ଣ୍ଣପୁର,  ମୟୂରଭଞ୍ଜ, ବରଗଡ଼ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୩ଜଣ ଲେଖାଏଁ ଚିହ୍ନଟ ହୋଇଥିବା ବେଳେ ଗଞ୍ଜାମରୁ ୧୭ ଓ ଯାଜପୁର ଜିଲ୍ଲାରୁ ୧୧ ଜଣ ଚିହ୍ନଟ ହୋଇଛନ୍ତି।  କଟକରୁ ୨୦ ଜଣ ଚିହ୍ନଟ ହୋଇଥିବା ବେଳେ, ଜଗତସିଂହପୁର ଜିଲ୍ଲାରୁ ୧୪ ଜଣ ଚିହ୍ନଟ ହୋଇଛନ୍ତି। ସମ୍ବଲପୁର  ଓ ବଲାଙ୍ଗୀର ଜିଲ୍ଲାରୁ ୨ ଜଣ ଲେଖାଏଁ ଚିହ୍ନଟ ହୋଇଛନ୍ତି। ମାଲକାନଗିରି,, ବୌଦ୍ଧ ଓ କେନ୍ଦୁଝର ଜିଲ୍ଲାରୁ ଜଣେ ଲେଖାଏଁ ଚିହ୍ନଟ ହୋଇଛନ୍ତି। ଭଦ୍ରକରୁ ୭ ଓ କନ୍ଧମାଳ ଜିଲ୍ଲାରୁ ଆଜି ୯ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି।

ଏବେ ରାଜ୍ୟରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୯୬୯ରେ ପହଞ୍ଚିଛି। ତେବେ ୧୧୨୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।  ଅପରପକ୍ଷରେ ୭ଜଣଙ୍କର ମୃତ୍ୟୁ ଘଟିଛି।