ଭୁବନେଶ୍ବର: ଗତକାଲି ୧୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୦ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୩ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ମାତ୍ର ୭ଟି ଜିଲ୍ଲାରୁ ୧୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ୨୩ଟି ଜିଲ୍ଲାରେ କରୋନା ସଂକ୍ରମଣର ସୂଚନା ନାହିଁ। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
Covid-19 Report For 18th April
New Positive Cases: 16
Of which 0-18 years: 3
In quarantine: 10
Local contacts: 6(Details of local contacts will be shared by concerned District)
1. Balasore: 1
2. Balangir: 1
3. Kendrapada: 3
4. Khurda: 4
5. Rayagada: 2— I & PR Department, Odisha (@IPR_Odisha) April 19, 2022
ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ବର ଜିଲ୍ଲାରୁ ୧ ଜଣ, ବଲାଙ୍ଗୀର ଜିଲ୍ଲାରୁ ୧ ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪ ଜଣ, ରାୟଗଡ଼ା ଜିଲ୍ଲାରୁ ୨ ଜଣ, ସମ୍ବଲପୁର ଜିଲ୍ଲାରୁ ୧ ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୩ ଜଣ ଓ ଷ୍ଟେଟପୁଲରୁ ୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ଏପର୍ଯ୍ୟନ୍ତ ରାଜ୍ୟରେ ୧୨, ୮୭, ୯୫୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨, ୭୮, ୬୬୪ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୧୧୧ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2022/04/Untitled-31.png)