ଆଉ ୧୬ଜଣଙ୍କ ମୃତ୍ୟୁ, ରାଜ୍ୟରେ କରୋନାଜନିତ ମୃତକଙ୍କ ସଂଖ୍ୟା ୭୮୩କୁ ବୃଦ୍ଧି

Advertisment
ଆଉ ୧୬ଜଣଙ୍କ ମୃତ୍ୟୁ, ରାଜ୍ୟରେ କରୋନାଜନିତ ମୃତକଙ୍କ ସଂଖ୍ୟା ୭୮୩କୁ ବୃଦ୍ଧି

ଭୁବନେଶ୍ବର: କରୋନାରେ ପୁଣି ୧୬ଜଣଙ୍କ ମୃତ୍ୟୁ ଘଟିଛି। ଏହାଫଳରେ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୮୩କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ରାଜ୍ୟରେ ଆଜି ଯେଉଁ ୧୬ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି, ସେଥିମଧ୍ୟରେ ଖୋର୍ଦ୍ଧାରୁ ୪, କୋରାପୁଟରୁ ୩, ପୁରୀରୁ ୩ଜଣ , ବାଲେଶ୍ବର, କଟକ, ବଲାଙ୍ଗୀର, ଯାଜପୁର, ଜଗତସିଂହପୁର, ଓ ମୟୂରଭଞ୍ଜରୁ ଜଣେ ଲେଖାଏଁ ପ୍ରାଣ ହରାଇଥିବା ଜଣାଯାଇଛି। ଏମାନେ ସମସ୍ତେ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବେଳେ ମୃତ୍ୟୁବରଣ କରିଛନ୍ତି।

ଖୋର୍ଦ୍ଧାରୁ ଯେଉଁ ୪ ମୃତକ ଅଛନ୍ତି, ସେମାନେ ହେଲେ ୫୧, ୩୭, ଓ ୫୦ ବର୍ଷ ବୟସ୍କ ପୁରୁଷ ଏବଂ ଜଣେ ୫୮ ବର୍ଷ ବୟସ୍କା ମହିଳା । ପୁରୀରେ ଜଣେ ୪୨ ବର୍ଷ ବୟସ୍କ ପୁରୁଷ ଓ ଜଣେ ୮୦ ବର୍ଷ ବୟସ୍କା ଏବଂ ଜଣେ ୬୨ ବର୍ଷୀୟା ମହିଳା ଅଛନ୍ତି। କୋରାପୁଟର ଯେଉଁ ୩ ମୃତକ ଅଛନ୍ତି, ସେମାନେ ହେଲେ ୬୪, ୪୮ ଓ ୫୦ ବର୍ଷ ବୟସ୍କ ପୁରୁଷ। ବାଲେଶ୍ବର, କଟକ, ବଲାଙ୍ଗୀର, ଯାଜପୁର, ଜଗତସିଂହପୁର, ଓ ମୟୂରଭଞ୍ଜରୁ ଯେଉଁ ଜଣେ ଲେଖାଏଁ ପ୍ରାଣ ହରାଇଛନ୍ତି ,ସେମାନେ ସମସ୍ତେ ପୁରୁଷ ଏବଂ ସେମାନଙ୍କ ବୟସ ଯଥାକ୍ରମେ ୪୫,୫୮, ୫୮,୫୨, ୬୪ ଏବଂ ୫୩ ବର୍ଷ।

ସୂଚନାଯୋଗ୍ୟ, ଆଜି ରାଜ୍ୟରେ ୪୩୫୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ସଙ୍ଗରୋଧ କେନ୍ଦ୍ରରୁ ୨୫୨୯ ଓ ସ୍ଥାନୀୟ ଅଞ୍ଚଳରୁ ୧୮୨୭ ଆକ୍ରାନ୍ତ ଅଛନ୍ତି। ଏହା ଫଳରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୫ହଜାର ୪୫୨କୁ ବୃଦ୍ଧି ପାଇଛି। ୩୦ଟି ଜିଲ୍ଲାରୁ ଏହିସବୁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଏବେ ରାଜ୍ୟରେ ମୋଟ୍ ୧,୬୫,୪୩୨ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୯,୧୪୮ ରହିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe