ଭୁବନେଶ୍ବର: ଗତକାଲି ୧୫ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ମାତ୍ର ୧୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୦ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୪ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ମାତ୍ର ୭ଟି ଜିଲ୍ଲାରୁ ୧୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ୨୩ଟି ଜିଲ୍ଲାରେ କରୋନା ସଂକ୍ରମଣର ସୂଚନା ନାହିଁ।
ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ କେନ୍ଦ୍ରାପଡ଼ା ଜିଲ୍ଲାରୁ ୧ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୬ ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧ ଜଣ,ବଲାଙ୍ଗୀର ଜିଲ୍ଲାରୁ ୨ ଜଣ, ଯାଜପୁର ଜିଲ୍ଲାରୁ ୨ଜଣ, ରାୟଗଡା ଜିଲ୍ଲାରୁ ୧ ଜଣ, ସମ୍ବଲପୁର ଜିଲ୍ଲାରୁ ୩ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏପର୍ଯ୍ୟନ୍ତ ରାଜ୍ୟରେ ୧୨, ୮୭, ୭୭୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨, ୭୮, ୩୬୭ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୨୩୨ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।
  
 Follow Us