ଭୁବନେଶ୍ବର: ଆଜି ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ୨ ଶହ ତଳେ ରହିଛି। ଗତକାଲି ୨୧୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୬୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୯୬ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୬୮ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୨୫ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ୨୫ଟି ଜିଲ୍ଲାରୁ ୧୬୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୪ ଜଣ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

Advertisment

୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୧, ବାଲେଶ୍ବର ଜିଲ୍ଲାରୁ ୮, ବରଗଡ଼ରୁ ୨, ଭଦ୍ରକରୁ ୧, ବଲାଙ୍ଗୀରରୁ ୧, କଟକରୁ ୧୧ ଜଣ, ବଦବଗଡ଼ରୁ ୨, ଢେଙ୍କାନାଳରୁ ୨, ଗଜପତିରୁ ୩, ଯାଜପୁରରୁ ୬ ଜଣ, ଝାରସୁଗୁଡ଼ାରୁ ୧, କଳାହାଣ୍ଡିରୁ ୧, କେନ୍ଦ୍ରାପଡ଼ାରୁ ୩, ଖୋର୍ଦ୍ଧା ଜିଲ୍ଲାରୁ ୨୪, କୋରାପୁଟରୁ ୧, ମୟୂରଭଞ୍ଜରୁ ୫ ଜଣ, ନବରଙ୍ଗପୁରରୁ ୨, ନୟାଗଡ଼ ଜିଲ୍ଲାରୁ ୯ ଜଣ, ନୟାଗଡ଼ରୁ ୧୩, ନୂଆପଡ଼ାରୁ ୩, ପୁରୀରୁ ୧୩ ଜଣ, ରାୟଗଡ଼ାରୁ ୪, ସମ୍ବଲପୁରରୁ ୧୯ ଜଣ, ସୋନପୁରରୁ ୫, ସୁନ୍ଦରଗଡ଼ରୁ ୨୨ ଜଣ ଓ ଷ୍ଟେଟପୁଲରୁ ୬ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।
ଏପର୍ଯ୍ୟନ୍ତ ରାଜ୍ୟରେ ୧୩, ୩୩, ୩୩୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୩, ୨୨, ୬୪୯ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୧୪୩୯ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।