ଭୁବନେଶ୍ବର: ଆଜି ବି ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ୨ ଶହ ତଳେ ରହିଛି। ଗତକାଲି ୧୬୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୬୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୯୮ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୬୯ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୨୨ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ୨୩ଟି ଜିଲ୍ଲାରୁ ୧୬୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି କଟକ ଜିଲ୍ଲାରୁ ସର୍ବାଧିକ ୪୦ ଜଣ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
21. Sambalpur: 9
22. Sonepur: 3
23. Sundargarh: 16
24. State Pool: 4New recoveries: 182
Cumulative tested: 33538236
Positive: 1333499
Recovered: 1322831
Active cases: 1423— I & PR Department, Odisha (@IPR_Odisha) September 27, 2022
ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ବର ଜିଲ୍ଲାରୁ ୧, ବରଗଡ଼ ଜିଲ୍ଲାରୁ ୧, ଭଦ୍ରକରୁ ୧, ବଲାଙ୍ଗୀରରୁ ୭ ଜଣ, ବୌଦ୍ଧରୁ ୬, କଟକରୁ ୪୦ ଜଣ, ଦେବଗଡ଼ରୁ ୨, ଗଜପତିରୁ ୫, ଗଞ୍ଜାମରୁ ୫, ଜଗତସିଂହପୁରରୁ ୨ ଜଣ, ଯାଜପୁରରୁ ୪ ଜଣ, କଳାହାଣ୍ଡି ଜିଲ୍ଲାରୁ ୪ ଜଣ, କନ୍ଧମାଳରୁ ୭ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୯, କୋରାପୁଟରୁ ୨, ମୟୂରଭଞ୍ଜରୁ ୭ ଜଣ, ନବରଙ୍ଗପୁରରୁ ୧ ଜଣ, ନୟାଗଡ଼ ଜିଲ୍ଲାରୁ ୨ ଜଣ, ନୂଆପଡ଼ାରୁ ୫, ପୁରୀରୁ ୧୪ ଜଣ, ସମ୍ବଲପୁରରୁ ୯ ଜଣ, ସୋନପୁରରୁ ୩, ସୁନ୍ଦରଗଡ଼ରୁ ୧୬ ଜଣ ଓ ଷ୍ଟେଟପୁଲରୁ ୪ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।
ଏପର୍ଯ୍ୟନ୍ତ ରାଜ୍ୟରେ ୧୩, ୩୩, ୪୯୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୩, ୨୨, ୮୩୧ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୧୪୨୩ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।