କରୋନା ଭାଇରସ୍‌: ଆଜି ସୁସ୍ଥ ହେଲେ ୧୬୪ ଜଣ, ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ୫୩୫୩

Advertisment
କରୋନା ଭାଇରସ୍‌: ଆଜି ସୁସ୍ଥ ହେଲେ ୧୬୪ ଜଣ, ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ୫୩୫୩

ଭୁବନେଶ୍ୱର: ଆଜି ରାଜ୍ୟର ୧୧ଟି ଜିଲ୍ଲାରୁ ୧୬୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ଟୁଇଟ ଜରିଆରେ ଏହି ସୂଚନା ଦିଆଯାଇଛି। ଗଂଜାମ ଜିଲ୍ଲାରୁ ଆଜି ସର୍ବାଧିକ ୪୮ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

ସେହିପରି ଜଗତସିଂହପୁର ଜିଲ୍ଲାରୁ ୩୧ ଜଣ, ବାଲେଶ୍ୱର ଜିଲ୍ଲାରୁ ୨୬ ଜଣ, କଟକ ଜିଲ୍ଲାରୁ ୨୫ ଜଣ, ଯାଜପୁର ଜିଲ୍ଲାରୁ ୧୨ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୨ ଜଣ, କେନ୍ଦ୍ରାପଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରୁ ୩ ଜଣ ଲେଖାଏଁ, ଭଦ୍ରକ ଓ ନୟାଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ କରୋନା ସଂକ୍ରମିତ ବ୍ୟକ୍ତି ସୁସ୍ଥ ହୋଇଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟରେ ଏପର୍ଯ୍ୟନ୍ତ ୨ ଲକ୍ଷ ୭୦ ହଜାର ୬୭୮ ଜଣଙ୍କର ନମୁନା ପରୀକ୍ଷା କରାଯାଇଛି। ଆଜି ପର୍ଯ୍ୟନ୍ତ ମୋଟ ୭୩୧୬ ଜଣ ଲୋକ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୨୫ ଜଣଙ୍କର ମୃତ୍ୟୁ ହୋଇଛି। ଅପରପକ୍ଷେ ୫୩୫୩ ଜଣ ସୁସ୍ଥ ହୋଇଛନ୍ତି। ରାଜ୍ୟର ବିଭିନ୍ନ କୋଭିଡ-୧୯ ହସ୍‌ପିଟାଲରେ ୧ହଜାର ୯୩୦ଜଣ ବ୍ୟକ୍ତି ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe