/* */

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧,୬୪୮ ଜଣ କରୋନା ପଜିଟିଭ ଚିହ୍ନଟ, କଟକ ଜିଲ୍ଲାରୁ ସର୍ବାଧିକ ୩୩୫

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧,୬୪୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୯୫୫ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୬୯୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି କଟକ ଜିଲ୍ଲାରୁ ସର୍ବାଧିକ ୩୩୫ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୮୯ଜଣ, ବାଲେଶ୍ୱରରୁ ୮୩ ଜଣ, ବରଗଡ଼ରୁ ୧୭ ଜଣ, ଭଦ୍ରକରୁ ୭୭ ଜଣ, ବଲାଙ୍ଗୀରରୁ ୧ ଜଣ, ବୌଦ୍ଧରୁ ୫ ଜଣ, କଟକରୁ ୩୩୫ଜଣ, ଦେବଗଡ଼ରୁ ୧ ଜଣ, ଢେଙ୍କାନାଳରୁ ୫୪ ଜଣ, ଗଜପତିରୁ ୫ ଜଣ, ଗଞ୍ଜାମରୁ ୧୧ ଜଣ, ଜଗତସିଂହପୁରରୁ ୧୧୨ ଜଣ, ଯାଜପୁରରୁ ୧୧୩ ଜଣ, ଝାରସୁଗୁଡ଼ାରୁ ୯ ଜଣ, କଳାହାଣ୍ଡିରୁ ୧୧ ଜଣ, କନ୍ଧମାଳରୁ ୧୫ ଜଣ, କେନ୍ଦ୍ରାପଡ଼ାରୁ ୫୦ ଜଣ, କେଉଁଝରରୁ ୨୧ ଜଣ, ଖୋର୍ଦ୍ଧାରୁ ୨୩୦ ଜଣ, କୋରାପୁଟରୁ ୬ ଜଣ, ମାଲକାନଗିରିରୁ ୩୫ ଜଣ, ମୟୁରଭଞ୍ଜରୁ ୭୭ ଜଣ, ନବରଙ୍ଗପୁରରୁ ୧୨ ଜଣ, ନୟାଗଡ଼ରୁ ୭୩ ଜଣ, ନୂଆପଡ଼ାରୁ ୭ ଜଣ, ପୁରୀରୁ ୬୭ ଜଣ, ରାୟଗଡ଼ାରୁ ୨୧ ଜଣ, ସମ୍ୱଲପୁରରୁ ୨୪ ଜଣ, ସୋନପୁରରୁ ୧୦, ସୁନ୍ଦରଗଡ଼ରୁ ୩୩ ଓ ଷ୍ଟେଟ ପୁଲରୁ ୪୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୯,୫୫, ୯୪୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୯, ୩୦, ୪୧୮ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୨୦, ୩୮୭ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

 

ସମ୍ବନ୍ଧିତ ଖବର