ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୦ହଜାର ଟପିଲା, ଆଜି ୧୬୯୯ ଜଣ କରୋନା ପଜିଟିଭ୍ ଚିହ୍ନଟ

ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୦ହଜାର ଟପିଲା, ଆଜି ୧୬୯୯ ଜଣ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର: ଆଜି ରାଜ୍ୟରେ ୧୬୯୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଆଜି ୨୯ଟି ଜିଲ୍ଲାରୁ ଆଜି ଏହିସବୁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ସଙ୍ଗରୋଧ କେନ୍ଦ୍ରରୁ ୧୦୭୩ ଓ ସ୍ଥାନୀୟ ଅଞ୍ଚଳରୁ ୬୨୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୦,୭୧୭କୁ ବୃଦ୍ଧି ପାଇଛି।

ଆଜି ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୨୬୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ, ଖୋର୍ଦ୍ଧାରୁ ୨୨୦, ସୁନ୍ଦରଗଡ଼ରୁ ୧୭୮, କଟକରୁ ୧୦୫, ସମ୍ବଲପୁରରୁ ୧୦୧, ବରଗଡ଼ରୁ ୮୧, କନ୍ଧମାଳରୁ ୭୪, ମାଲକାନଗିରିରୁ ୭୨, ପୁରୀରୁ ୬୭, ଭଦ୍ରକରୁ ୬୬, ଗଜପତିରୁ ୫୯, କେନ୍ଦୁଝରରୁ ୫୬, ଯାଜପୁର ଓ କୋରାପୁଟରୁ ୪୧ ଲେଖାଏଁ, କଳାହାଣ୍ଡିରୁ ୩୦, କେନ୍ଦ୍ରାପଡ଼ା ଓ ଢେଙ୍କାନାଳରୁ ୨୭ ଲେଖାଏଁ, ନୟାଗଡ଼ରୁ ୨୫, ମୟୂରଭଞ୍ଜରୁ ୨୪, ବଲାଙ୍ଗୀରରୁ ୨୧, ରାୟଗଡ଼ାରୁ ୧୯, ଅନୁଗୁଳ ଓ ବାଲେଶ୍ବରରୁ ୧୭ ଜଣ ଲେଖାଏଁ , ସୋନପୁରରୁ ୧୦, ଜଗତସିଂହପୁରରୁ୧୬, ନବରଙ୍ଗପୁର ଜିଲ୍ଲାରୁ ୧୬, ବୌଦ୍ଧରୁ ୮ ଓ ନୂଆପଡ଼ା ଜିଲ୍ଲାରୁ ୩ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି।

ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ଯେ, ଏବେ ରାଜ୍ୟରେ ମୋଟ୍ ୨୫୭୩୭ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୪,୭୦୦ ରହିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe