ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୧୭ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୦ ହଜାର ୯୮୨ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଂଗରୋଧରୁ ୬୧୪୯ ଆକ୍ରାନ୍ତ ଥିବା ବେଳେ ସ୍ଥାନୀୟ ଅଂଚଳରୁ ୪୮୩୩ ଆକ୍ରାନ୍ତ ଅଛନ୍ତି । ତେବେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୭ ଜଣଙ୍କ ଜୀବନ ନେଇଛି କରୋନା |

ମୃତକଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ସର୍ବାଧିକ ୩ ଜଣ ଥିବାବେଳେ ଭୁବନେଶ୍ୱରରୁ ୨ ଜଣ, ବୌଦ୍ଧ ଜିଲ୍ଲାରୁ ଜଣେ, ବାଲେଶ୍ୱର ଜିଲ୍ଲାରୁ ଜଣେ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ଜଣେ, କଳାହାଣ୍ଡି ଜିଲ୍ଲାରୁ ଦୁଇ ଜଣ, ନୂଆପଡା ଜିଲ୍ଲାରୁ ୨ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୨ ଜଣ ଓ ସୁନ୍ଦରଗଡ ଜିଲ୍ଲାରୁ ୨ ଜଣ ଅଛନ୍ତି | ତେବେ ଲଗାତାର କିଛି ଦିନ ଧରି ରାଜ୍ୟରେ ମୃତକଙ୍କ ସଂଖ୍ୟା ୧୫ ଉପରକୁ ରହୁଥିବାବେଳେ ଏହାକୁ ନେଇ ଚିନ୍ତା ବଢିଛି |


ସୂଚନା ଥାଉ କି ରାଜ୍ୟରେ ଦୈନିକ ସଂକ୍ରମଣକୁ ମିଶାଇ ମୋଟ ୫ ଲକ୍ଷ ୬୫ ହଜାର ୬୪୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସୁସ୍ଥ ହୋଇଛନ୍ତି ୪ଲକ୍ଷ ୬୫ ହଜାର ୧୩୩ଜଣ । କରୋନାରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଛନ୍ତି ୯୮ ହଜାର ୨୩୦ଜଣ । ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୨ ହଜାର ୨୩୨ଜଣରେ ପହଂଚିଛି |

ସମ୍ବନ୍ଧିତ ଖବର