ରାଜ୍ୟର ୬ ଜିଲ୍ଲାରୁ ୧୭ କରୋନା ପଜିଟିଭ ଚିହ୍ନଟ, ୩ ଜଣ ୧୮ ବର୍ଷରୁ କମ୍ ବର୍ଗର

ଭୁବନେଶ୍ବର: ଗତକାଲି ୧୧ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୦ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୩ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ମାତ୍ର ୬ଟି ଜିଲ୍ଲାରୁ ୧୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ୨୪ଟି ଜିଲ୍ଲାରେ କରୋନା ସଂକ୍ରମଣର ସୂଚନା ନାହିଁ। ଆଜି ବାଲେଶ୍ବର ଜିଲ୍ଲାରୁ ସର୍ବାଧିକ ୬ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ବର ଜିଲ୍ଲାରୁ ୬ ଜଣ, କଳାହାଣ୍ଡି ଜିଲ୍ଲାରୁ ୧ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୫ ଜଣ, ରାୟଗଡ଼ା ଜିଲ୍ଲାରୁ ୧ ଜଣ, ସମ୍ବଲପୁର ଜିଲ୍ଲାରୁ ୨ ଜଣ ଓ ଷ୍ଟେଟ ପୁଲରୁ ୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ଏପର୍ଯ୍ୟନ୍ତ ରାଜ୍ୟରେ ୧୨, ୮୭, ୯୦୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨, ୭୮, ୬୦୫ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୧୨୧ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

ସମ୍ବନ୍ଧିତ ଖବର