ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୭୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୦୨ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୭୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୨୧ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୮୬ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
Covid-19 Report For 10th December
New Positive Cases: 173
Of which 0-18 years: 21
In quarantine: 102
Local contacts: 71(Details of local contacts will be shared by concerned District)
1. Balasore: 3
2. Bargarh: 3
3. Bhadrak: 1
4. Balangir: 1
5. Cuttack: 4
6. Deogarh: 1— I & PR Department, Odisha (@IPR_Odisha) December 11, 2021
ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ବର ଜିଲ୍ଲାରୁ ୩ ଜଣ, ବରଗଡ଼ରୁ ୩ ଜଣ, ଭଦ୍ରକରୁ ୧ ଜଣ, ବଲାଙ୍ଗୀର ଜିଲ୍ଲାରୁ ୧ ଜଣ, କଟକରୁ ୪ ଜଣ, ଦେବଗଡ଼ରୁ ୧ ଜଣ, ଢେଙ୍କାନାଳରୁ ୨ ଜଣ, ଗଜପତିରୁ ୩ ଜଣ, ଯାଜପୁରରୁ ୭ ଜଣ, ଝାରସୁଗୁଡ଼ାରୁ ୧ ଜଣ, କେନ୍ଦ୍ରାପଡ଼ାରୁ ୧ ଜଣ, ଖୋର୍ଦ୍ଧାରୁ ୮୬ ଜଣ, କୋରାପୁଟରୁ ୧ ଜଣ, ମୟୂରଭଞ୍ଜରୁ ୧୯ ଜଣ, ପୁରୀରୁ ୧୪ ଜଣ, ରାୟଗଡ଼ାରୁ ୧ ଜଣ, ସମ୍ୱଲପୁରରୁ ୫ ଜଣ, ସୋନପୁରରୁ ୧ ଜଣ, ସୁନ୍ଦରଗଡ଼ରୁ ୭ ଜଣ ଓ ଷ୍ଟେଟ ପୁଲରୁ ୧୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୫୧ହଜାର ୪୧୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦ ଲକ୍ଷ ୪୦ ହଜାର ୯୨୭ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୨ ହଜାର ୧ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।