ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୭୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୦୫ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୭୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୩୭ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୮୫ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
/sambad/media/post_attachments/wp-content/uploads/2021/08/covid-india-750x430.jpg)
New recoveries: 233
Cumulative tested: 24472701
Positive: 1051752
Recovered: 1041365
Active cases: 1898— I & PR Department, Odisha (@IPR_Odisha) December 13, 2021
ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୨ ଜଣ, ବାଲେଶ୍ବରରୁ ୩ ଜଣ, ବରଗଡ଼ରୁ ୧ ଜଣ, ଭଦ୍ରକରୁ ୧ ଜଣ, କଟକରୁ ୧୩ ଜଣ, ଦେବଗଡ଼ରୁ ୨ ଜଣ, ଢେଙ୍କାନାଳରୁ ୫ ଜଣ, ଜଗତସିଂହପୁରୁ ୨ ଜଣ, ଯାଜପୁରରୁ ୫ ଜଣ, ଝାରସୁଗୁଡ଼ାରୁ ୨ ଜଣ, କେନ୍ଦ୍ରାପଡ଼ାରୁ ୧ ଜଣ, କେନ୍ଦୁଝରରୁ ୨ ଜଣ, ଖୋର୍ଦ୍ଧାରୁ ୮୫ ଜଣ, କୋରାପୁଟରୁ ୧ ଜଣ, ମୟୂରଭଞ୍ଜରୁ ୬ ଜଣ, ପୁରୀରୁ ୩ ଜଣ, ସମ୍ୱଲପୁରରୁ ୧୫ ଜଣ, ସୁନ୍ଦରଗଡ଼ରୁ ୧୦ ଜଣ ଓ ଷ୍ଟେଟ ପୁଲରୁ ୧୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୫୧ହଜାର ୭୫୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦ ଲକ୍ଷ ୪୧ ହଜାର ୩୬୫ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୧ ହଜାର ୮୯୮ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।