ଭୁବନେଶ୍ବର: ବଢ଼ି ବଢ଼ି ଚାଲିଛି କରୋନା ମିଟର୍। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପୁଣି ୧୭୮୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୦୩୫ଜଣ ସଂଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୭୪୯ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ସର୍ବାଧିକ ୩୦୩ ଜଣ ନୂଆପଡ଼ାରୁ ଚିହ୍ନଟ ହୋଇଛନ୍ତି। ନୂତନ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୫୩ ହଜାର ୦୮୬ରେ ପହଞ୍ଚିଛି। ଏବେ ସୁଦ୍ଧା ସୁସ୍ଥ ହୋଇ ସାରିଲେଣି ୩ ଲକ୍ଷ ୪୦ ହଜାର ୬୦୦ଜଣ। ଏବେ ବି ସକ୍ରିୟ ଅଛନ୍ତି ୧୦୫୦୩ ଜଣ। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
Sambad is now on WhatsApp
Join and get latest news updates delivered to you via WhatsApp
Covid-19 Report For 12th April
New Positive Cases: 1784
In quarantine: 1035
Local contacts: 749(Details of local contacts will be shared by concerned Dist Administration)
District Wise Cases:
1. Angul: 20
2. Balasore: 72
3. Bargarh: 87
4. Bhadrak: 30
5. Balangir: 91— I & PR Department, Odisha (@IPR_Odisha) April 13, 2021
ଗତ ୨୪ଘଣ୍ଟାରେ ଅନୁଗୁଳ ଜିଲ୍ଲାରୁ ୨୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ବରରୁ ୭୨ଜଣ,ବରଗଡ଼ରୁ ୮୭ଜଣ, ଭଦ୍ରକରୁ ୩୦ଜଣ, ବଲାଙ୍ଗୀରରୁ ୯୧ଜଣ, ବୌଦ୍ଧରୁ ୪ଜଣ, କଟକରୁ ୫୯ଜଣ, ଦେଓଗଡ଼ରୁ ୧୨ଜଣ, ଢ଼େଙ୍କାନାଳରୁ ୨ଜଣ, ଗଜପତିରୁ ୧୬ଜଣ, ଗଞ୍ଜାମରୁ ୮୦ଜଣ, ଜଗତସିଂହପୁରରୁ ୭ଜଣ, ଯାଜପୁରରୁ ୩୩ଜଣ, ଝାରସୁଗୁଡ଼ାରୁ ୧୦ଜଣ, କଳାହାଣ୍ଡିରୁ ୬୮ଜଣ, କନ୍ଧମାଳରୁ ୧୩ଜଣ, କେନ୍ଦ୍ରାପଡ଼ାରୁ ୧୮ଜଣ, କେନ୍ଦୁଝରରୁ ୫୪ଜଣ, ଖୋର୍ଦ୍ଧାରୁ ୨୦୧ଜଣ, କୋରାପୁଟରୁ ୧୦ଜଣ, ମାଲକାନଗିରିରୁ ଜଣେ, ମୟୂରଭଞ୍ଜରୁ ୨୭ଜଣ, ନବରଙ୍ଗପୁରରୁ ୬୭ଜଣ, ନୟାଗଡ଼ରୁ ୧୪ଜଣ, ନୂଆପଡ଼ାରୁ ୩୦୩ଜଣ, ପୁରୀରୁ ୫୩ଜଣ, ରାୟଗଡ଼ାରୁ ୨୫ଜଣ, ସମ୍ବଲପୁରରୁ ୧୧୪ଜଣ, ସୋନପୁରରୁ ୬ଜଣ, ସୁନ୍ଦରଗଡ଼ରୁ ୨୪୧ଜଣ ଏବଂ ଷ୍ଟେଟ ପୁଲରୁ ୪୬ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।