ଭୁବନେଶ୍ବର: ଆଜି ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ପୁଣି ୨ ଶହ ତଳକୁ ଖସିଛି। ଗତକାଲି ୨୨୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୭୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୦୫ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୭୪ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୩୦ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ୨୮ଟି ଜିଲ୍ଲାରୁ ୧୭୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୬ ଜଣ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

Advertisment

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୧, ବାଲେଶ୍ବର ଜିଲ୍ଲାରୁ ୪, ବରଗଡ଼ରୁ ୪, ଭଦ୍ରକରୁ ୧, ବଲାଙ୍ଗୀରରୁ ୨ ଜଣ, ବୌଦ୍ଧରୁ ୧, କଟକରୁ ୮ ଜଣ, ଦେବଗଡ଼ରୁ ୩, ଢେଙ୍କାନାଳରୁ ୧ ଜଣ, ଗଞ୍ଜାମରୁ ୧, ଜଗତସିଂହପୁରରୁ ୪ ଜଣ, ଯାଜପୁରରୁ ୬ ଜଣ, ଝାରସୁଗୁଡ଼ାରୁ ୪, କଳାହାଣ୍ଡି ଜିଲ୍ଲାରୁ ୧ ଜଣ, କନ୍ଧମାଳରୁ ୪ ଜଣ, କେନ୍ଦୁଝରରୁ ୧, ଖୋର୍ଦ୍ଧା ଜିଲ୍ଲାରୁ ୩୬, କୋରାପୁଟରୁ ୧, ମୟୂରଭଞ୍ଜରୁ ୬ ଜଣ, ନବରଙ୍ଗପୁରରୁ ୧୮ ଜଣ, ନୟାଗଡ଼ ଜିଲ୍ଲାରୁ ୧୪ ଜଣ, ନୂଆପଡ଼ାରୁ ୩, ପୁରୀରୁ ୬ ଜଣ, ରାୟଗଡ଼ାରୁ ୩, ସମ୍ବଲପୁରରୁ ୪ ଜଣ, ସୋନପୁରରୁ ୫, ସୁନ୍ଦରଗଡ଼ରୁ ୨୭ ଜଣ ଓ ଷ୍ଟେଟପୁଲରୁ ୮ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
ଏପର୍ଯ୍ୟନ୍ତ ରାଜ୍ୟରେ ୧୩, ୨୮, ୬୪୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୩, ୧୭, ୬୮୭ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୧୭୨୩ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।