ଆରମ୍ଭ ହେଲା ସପ୍ତଦଶ ବିଧାନସଭା, ଓଡ଼ଆ ଅସ୍ମିତା ପ୍ରସଙ୍ଗକୁ ନେଇ ବିରୋଧୀ ସଦସ୍ୟମାନଙ୍କ କକ୍ଷତ୍ୟାଗ

ଆରମ୍ଭ ହେଲା ସପ୍ତଦଶ ବିଧାନସଭା, ଓଡ଼ଆ ଅସ୍ମିତା ପ୍ରସଙ୍ଗକୁ ନେଇ ବିରୋଧୀ ସଦସ୍ୟମାନଙ୍କ କକ୍ଷତ୍ୟାଗ

ଭୁବନେଶ୍ବର: ଆରମ୍ଭ ହେଲା ସପ୍ତଦଶ ବିଧାନସଭ। ଆରମ୍ଭରେ ଶାସକ ବିଜେପି ସଭ୍ୟମାନେ ଜୟ ଶ୍ରୀରାମ ଏବଂ କଂଗ୍ରେସ ଓ ବିଜେଡି ସଦସ୍ୟମାନେ ଜୟ ଜଗନ୍ନାଥ ନାରା ଦେଇଥିଲେ। ଜାତୀୟ ସଙ୍ଗୀତ ଗାନ ପରେ ରାଜ୍ୟପାଳ ରଘୁବର ଦାସ  ଅଭିଭାଷଣ ରଖିଛନ୍ତି। ଜୟ ଜଗନ୍ନାଥ କହି ରାଜ୍ୟପାଳ ଅଭିଭାଷଣ ଆରମ୍ଭ କରିଥିଲେ। ରାଜ୍ୟପାଳଙ୍କ ଅଭିଭାଷଣ ଆରମ୍ଭରୁ ବିଜେଡି ଓ କଂଗ୍ରେସ ସଦସ୍ୟମାନେ କକ୍ଷତ୍ୟାଗ କରିଥିବା ଦେଖିବାକୁ ମିଳିଛି। ଓଡ଼ଆ ଅସ୍ମିତା ପ୍ରସଙ୍ଗକୁ ନେଇ ବିରୋଧୀ ସଦସ୍ୟମାନେ କକ୍ଷତ୍ୟାଗ କରିଛନ୍ତି।

ଓଡ଼ିଆ ଅସ୍ମିତା କଥା ଉଠାଇ ପ୍ରତିବାଦ କରିଥିଲେ ବିଜେଡି ଓ କଂଗ୍ରେସ ବିଧାୟକ। ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ନିଜ ଆସନରେ ଛିଡ଼ା ହେଇ ପ୍ରତିବାଦ କରିଥିଲେ। ତା ସହିତ କଂଗ୍ରେସ ବିଧାୟକମାନେ ଗୃହ ମଧ୍ୟ ଭାଗକୁ ଆସି ପ୍ରତିବାଦ କରିଥିଲେ। ଶେଷରେ ରାଜ୍ୟପାଳଙ୍କ ଅଭିଭାଷଣ ଚାଲିଥିବା ସମୟରେ ବିରୋଧୀ କକ୍ଷତ୍ୟାଗ କରିଥିଲେ।

ସୂଚନାଯୋଗ୍ୟ ଯେ, ଆଜିଠାରୁ ଆରମ୍ଭ ହେଇଛି ବିଧାନସଭାରେ ବଜେଟ୍ ଅଧିବେଶନ। ବିଜେପି ରାଜ୍ୟରେ କ୍ଷମତାକୁ ଆସିବା ପରେ ଏହା ପ୍ରଥମ ଅଧିବେଶନ। ଏହି ଅଧିବେଶନରେ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ ଆଗତ କରିବେ ମୋହନ ସରକାର। ଆସନ୍ତା ୨୫ ତାରିଖରେ ଅର୍ଥମନ୍ତ୍ରୀ ଭାବେ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe