ରାଜ୍ୟରେ ପୁଣି ୧୮ ଜଣ ସଂକ୍ରମିତଙ୍କ ପ୍ରାଣହାନି, କରୋନାଜନିତ ମୃତ୍ୟୁ ସଂଖ୍ୟା ୮୯୯୪କୁ ବୃଦ୍ଧି

୨ ଶହ ତଳକୁ ଖସିଲା ରାଜ୍ୟରେ ଦୈନିକ କରୋନା ସଂକ୍ରମଣ: ୨୮ ଜଣ ୧୮ ବର୍ଷରୁ କମ୍ ବୟସର

india.com

ଭୁବନେଶ୍ୱର: ପୁଣି ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ପୁଣି ଦୁଇ ଅଙ୍କ ଛୁଇଁଛି। ରାଜ୍ୟରେ ୧୮ କରୋନା ସଂକ୍ରମିତଙ୍କ ପ୍ରାଣହାନି ହୋଇଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁସଂଖ୍ୟା ୮୯୯୪କୁ ବୃଦ୍ଧି ପାଇଛି।

ପ୍ରାପ୍ତ ସୂଚନା ଅନୁଯାୟୀ ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୮ ଜଣ ମୃତକ ଅଛନ୍ତି। ଅପରପକ୍ଷରେ ଭୁବନେଶ୍ୱରରୁ ୪ ଜଣ କରୋନା ସଂକ୍ରମିତଙ୍କ ପ୍ରାଣହାନି ଘଟିଛି। କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ଜଣ ପ୍ରାଣ ହରାଇଥିବା ବେଳେ ବାଲେଶ୍ବର, ଗଞ୍ଜାମ, କନ୍ଧମାଳ ଓ ଅନୁଗୁଳ ଜିଲ୍ଲାରୁ ଜଣେ ଲେଖାଏଁ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି। ଏମାନଙ୍କ ଭିତରେ କନ୍ଧମାଳର ଜଣେ ୧୪ ବର୍ଷର ନାବାଳିକା ଥିବା ଜଣାଯାଇଛି।
ସୂଚନାଯୋଗ୍ୟ ଗତକାଲି ୧୫ ଜଣ କରୋନା ସଂକ୍ରମିତଙ୍କ ପ୍ରାଣହାନି ଘଟିଥିବା ନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଥିଲା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe