ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୮ କରୋନା ପଜିଟିଭ ଚିହ୍ନଟ, ୧୩ ଜଣ ୧୮ ବର୍ଷରୁ କମ୍ ବର୍ଗର

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୮ କରୋନା ପଜିଟିଭ ଚିହ୍ନଟ, ୧୩ ଜଣ ୧୮ ବର୍ଷରୁ କମ୍ ବର୍ଗର

newindianexpress.com

ଭୁବନେଶ୍ବର: ଗତକାଲି ୧୯ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୫ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୩ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୧୩ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ୫ଟି ଜିଲ୍ଲାରୁ ୧୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ୨୫ଟି ଜିଲ୍ଲାରେ କରୋନା ସଂକ୍ରମଣର ସୂଚନା ନାହିଁ। ଆଜି ନୂଆପଡ଼ା ଜିଲ୍ଲାରୁ ସର୍ବାଧିକ ୧୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ କଟକ ଜିଲ୍ଲାରୁ ୨ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧ ଜଣ, ନୂଆପଡ଼ା ଜିଲ୍ଲାରୁ ୧୩ ଜଣ, ରାୟଗଡ଼ା ଜିଲ୍ଲାରୁ ୧ ଜଣ ଓ ସୁନ୍ଦରଗଡ଼ର ଜିଲ୍ଲାରୁ ୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି।
ଏପର୍ଯ୍ୟନ୍ତ ରାଜ୍ୟରେ ୧୨, ୮୮, ୨୯୦ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨, ୭୮, ୯୮୦ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୧୩୧ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe