ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୮ କରୋନା ପଜିଟିଭ ଚିହ୍ନଟ, ୪ ଜଣ ୧୮ ବର୍ଷରୁ କମ୍ ବର୍ଗର

ଭୁବନେଶ୍ବର: ଗତକାଲି ୧୦ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୧ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୭ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୪ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ୭ଟି ଜିଲ୍ଲାରୁ ୧୮ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ୨୩ଟି ଜିଲ୍ଲାରେ କରୋନା ସଂକ୍ରମଣର ସୂଚନା ନାହିଁ। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ବର ଜିଲ୍ଲାରୁ ୨ ଜଣ, ବଲାଙ୍ଗୀର ଜିଲ୍ଲାରୁ ୧ ଜଣ, କେଉଁଝର ଜିଲ୍ଲାରୁ ୧ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୭ ଜଣ, ନୂଆପଡ଼ା ଜିଲ୍ଲାରୁ ୩ ଜଣ ଓ ସମ୍ବଲପୁର ଜିଲ୍ଲାରୁ ୨ଜଣ, ସୁବର୍ଣ୍ଣପୁର ଜିଲ୍ଲାରୁ ୧ ଜଣ ଓ ଷ୍ଟେପୁଲରୁ ୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି।
ଏପର୍ଯ୍ୟନ୍ତ ରାଜ୍ୟରେ ୧୨, ୮୮, ୧୦୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨, ୭୮, ୮୨୫ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୯୯ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

ସମ୍ବନ୍ଧିତ ଖବର