ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୯ କରୋନା ପଜିଟିଭ ଚିହ୍ନଟ, ୨ ଜଣ୧୮ ବର୍ଷରୁ କମ୍ ବର୍ଗର

ଭୁବନେଶ୍ବର: ଗତକାଲି ୧୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୨ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୭ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ମାତ୍ର ୨ ଜଣ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ୭ଟି ଜିଲ୍ଲାରୁ ୧୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ୨୩ଟି ଜିଲ୍ଲାରେ କରୋନା ସଂକ୍ରମଣର ସୂଚନା ନାହିଁ। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬ ଜଣ ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ବର ଜିଲ୍ଲାରୁ ୨ ଜଣ, କଟକ ଜିଲ୍ଲାରୁ ୫ ଜଣ, ଦେବଗଡ଼ ଜିଲ୍ଲାରୁ ୧ ଜଣ, ଗଞ୍ଜାମ ଜିଲ୍ଲାରୁ ୨ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୬ ଜଣ, ନୟାଗଡ଼ ଜିଲ୍ଲାରୁ ୧ ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧ ଜଣ ଓ ଷ୍ଟେଟପୁଲରୁ ୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି।
ଏପର୍ଯ୍ୟନ୍ତ ରାଜ୍ୟରେ ୧୨, ୮୮, ୫୦୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨, ୭୯, ୨୩୫ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୯୦ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

ସମ୍ବନ୍ଧିତ ଖବର