ଗତ ୨୪ ଘଣ୍ଟା ମଧ୍ୟରେ ୧୯ କରୋନା ପଜିଟିଭ ଚିହ୍ନଟ, ମାତ୍ର ଜଣେ ୧୮ ବର୍ଷରୁ କମ୍ ବର୍ଗର

ଭୁବନେଶ୍ବର: ଗତକାଲି ୨୪ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୧ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୮ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୧ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ୬ଟି ଜିଲ୍ଲାରୁ ୧୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ୨୪ଟି ଜିଲ୍ଲାରେ କରୋନା ସଂକ୍ରମଣର ସୂଚନା ନାହିଁ। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯ ଜଣ ଚିହ୍ନଟ ହୋଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୧ ଜଣ, କଟକ ଜିଲ୍ଲାରୁ ୨ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୫ ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୯ ଜଣ, ସମ୍ବଲପୁର ଜିଲ୍ଲାରୁ ୧ ଜଣ ସୁନ୍ଦରଗଡ଼ ଜିଲ୍ଲାରୁ ୩ ଜଣ ଓ ଷ୍ଟେଟପୁଲରୁ ୨ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି।
ଏପର୍ଯ୍ୟନ୍ତ ରାଜ୍ୟରେ ୧୨, ୮୮, ୬୩୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨, ୭୯, ୩୦୭ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୧୫୩ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

ସମ୍ବନ୍ଧିତ ଖବର