ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୯ କରୋନା ପଜିଟିଭ ଚିହ୍ନଟ, ୬ ଜଣ ୧୮ ବର୍ଷରୁ କମ୍ ବର୍ଗର

ଭୁବନେଶ୍ବର: ଗତକାଲି ୧୪ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୧ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୮ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୬ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ୬ଟି ଜିଲ୍ଲାରୁ ୧୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ୨୪ଟି ଜିଲ୍ଲାରେ କରୋନା ସଂକ୍ରମଣର ସୂଚନା ନାହିଁ। ଆଜି ନୂଆପଡ଼ା ଜିଲ୍ଲାରୁ ସର୍ବାଧିକ ୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ବର ଜିଲ୍ଲାରୁ ୧ ଜଣ, କଟକ ଜିଲ୍ଲାରୁ ୧ ଜଣ, ଗଜପତି ଜିଲ୍ଲାରୁ ୫ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪ ଜଣ, ନୂଆପଡ଼ା ଜିଲ୍ଲାରୁ ୬ ଜଣ, ସମ୍ବଲପୁର ଜିଲ୍ଲାରୁ ୧ ଜଣ ଓ ଷ୍ଟେଟପୁଲରୁ ୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି।
ଏପର୍ଯ୍ୟନ୍ତ ରାଜ୍ୟରେ ୧୨, ୮୮, ୨୭୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨, ୭୮, ୯୭୨ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୧୨୧ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

ସମ୍ବନ୍ଧିତ ଖବର