ଭୁବନେଶ୍ୱର: ରାଜ୍ୟରେ ଆଜି ୩୦ଟି ଜିଲ୍ଲାରୁ ୧୯୨୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହା ସହିତ ରାଜ୍ୟରେ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୫୦ ହଜାର ଟପିଯାଇଛି ବୋଲି  ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବଭାଗ ପକ୍ଷରୁ ଟୁଇଟ ଜରିଆରେ ସୂଚନା ଦିଆଯାଇଛି ।

Advertisment

ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୪୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଗଞ୍ଜାମରୁ ୧୯୦ ଜଣ, ନୟାଗଡ଼ରୁ ୧୫୧, ରାୟଗଡ଼ାରୁ ୧୪୬, ସୁନ୍ଦରଗଡ଼ରୁ ୧୦୮,କନ୍ଧମାଳରୁ ୧୦୧, ଢେଙ୍କାନାଳରୁ ୯୫ ଜଣ ସୁସ୍ଥ ହୋଇଛନ୍ତି ।

ସେହିପରି ମୟୁରଭଞ୍ଜରୁ ୮୮, କୋରାପୁଟରୁ ୮୬, କଟକରୁ ୭୮, ପୁରୀରୁ ୭୭,ବଲାଙ୍ଗୀରରୁ ୭୫, ଯାଜପୁରରୁ ୭୪, ବାଲେଶ୍ବରରୁ ୭୦, ମାଲକାନଗିରିରୁ ୪୩, ନବରଙ୍ଗପୁରରୁ ୪୦, ଗଜପତିରୁ ୩୪, ଜଗତସିଂହପୁରରୁ ୩୦,ଭଦ୍ରକରୁ ୨୮, ନୂଆପଡ଼ାରୁ ୨୭, କଳାହାଣ୍ଡିରୁ ୨୧, ସମ୍ବଲପୁରରୁ ୨୧, କେନ୍ଦ୍ରାପଡ଼ାରୁ ୧୯, କେନ୍ଦୁଝରରୁ ୧୮, ଦେବଗଡ଼ରୁ ୧୭, ଝାରସୁଗୁଡ଼ାରୁ ୧୩, ବରଗଡ଼ରୁ ୧୨, ବୌଦ୍ଧରୁ ୮, ସୋନପୁରରୁ ୬ ଓ ଅନୁଗୁଳରୁ ୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଆଜିର ୧୯୨୭କୁ ମିଶଇ ଓଡ଼ିଶାରେ ମୋଟ ସୁସ୍ଥ ସଂଖ୍ୟା ୫୦,୫୦୩ରେ ପହଞ୍ଚିଛି ।

ଅନ୍ୟପକ୍ଷରେ  ଆଜି ରାଜ୍ୟରେ ୨୬୯୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ସଙ୍ଗରୋଧ କେନ୍ଦ୍ରରୁ ୧୬୭୫ ଓ ସ୍ଥାନୀୟ ଅଞ୍ଚଳରୁ ୧୦୨୩ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୩୦ଟି ଜିଲ୍ଲାରୁ ଏହିସବୁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏବେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭୨ ହଜାର ୭୧୮କୁ ବୃଦ୍ଧି ପାଇଛି।