ରାଜ୍ୟରେ ୧୯୨୭ ନୂଆ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୯୨୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୧୧୧୫ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୮୧୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୯୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଜାରି ତଥ୍ୟ ଅନୁସାରେ ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୫୫ ଜଣ, ବାଲେଶ୍ୱରରୁ ୧୧୧ ଜଣ, ବରଗଡ଼ରୁ ୨୭ ଜଣ, ଭଦ୍ରକରୁ ୧୯ ଜଣ, ବଲାଙ୍ଗୀରରୁ ୧୧ ଜଣ, ବୌଦ୍ଧରୁ ୭ ଜଣ, କଟକରୁ ୨୪୮ ଜଣ, ଦେବଗଡ଼ରୁ ୬ ଜଣ, ଢେଙ୍କାନାଳରୁ ୭୫ ଜଣ, ଗଜପତିରୁ ୪ ଜଣ, ଗଞ୍ଜାମରୁ ୧୦ ଜଣ, ଜଗତସିଂହପୁରରୁ ୯୧ ଜଣ, ଯାଜପୁରରୁ ୧୨୩ ଜଣ, ଝାରସୁଗୁଡ଼ାରୁ ୮ ଜଣ, କଳାହାଣ୍ଡିରୁ ୭ ଜଣ, କନ୍ଧମାଳରୁ ୧୮ ଜଣ, କେନ୍ଦ୍ରାପଡ଼ାରୁ ୭୩ ଜଣ, କେନ୍ଦୁଝରରୁ ୩୨ ଜଣ, କୋରାପୁଟରୁ ୮ ଜଣ, ମାଲକାନଗିରିରୁ ୧୮ ଜଣ, ମୟୁରଭଞ୍ଜରୁ ୯୦ ଜଣ, ନବରଙ୍ଗପୁରରୁ୧୫ ଜଣ, ନୟାଗଡ଼ରୁ ୬୪ ଜଣ, ନୂଆପଡ଼ାରୁ ୫ ଜଣ, ପୁରୀରୁ ୧୦୩ ଜଣ, ରାୟଗଡ଼ାରୁ ୨୨ ଜଣ, ସମ୍ୱଲପୁରରୁ ୩୩ଜଣ, ସୋନପୁରରୁ ୮, ସୁନ୍ଦରଗଡ଼ରୁ ୩୮ ଓ ଷ୍ଟେଟ ପୁଲରୁ ୧୦୦ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

ବର୍ତ୍ତମାନ ପର୍ୟ୍ୟନ୍ତ ରାଜ୍ୟରେ ୯୫୯୯୮୬ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୯୩୫୦୦୭ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୧୯୬୮୫ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି । ଗତ ୨୪ ଘଣ୍ଟାରେ ୨୩୪୧ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

ସମ୍ବନ୍ଧିତ ଖବର