ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୯୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୧୨ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୮୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୩୪ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୦୭ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
Covid-19 Report For 18th December
New Positive Cases: 193
Of which 0-18 years: 34
In quarantine: 112
Local contacts: 81(Details of local contacts will be shared by concerned District)
1. Angul: 1
2. Bhadrak: 3
3. Cuttack: 17
4. Deogarh: 3
5. Gajapati: 2— I & PR Department, Odisha (@IPR_Odisha) December 19, 2021
ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୧ ଜଣ, ଭଦ୍ରକରୁ ୩ ଜଣ, କଟକରୁ ୧୭ ଜଣ, ଦେବଗଡ଼ରୁ ୩ ଜଣ, ଗଜପତିରୁ ୨ ଜଣ, ଜଗତସିଂହପୁରରୁ ୪ ଜଣ, ଯାଜପୁରରୁ ୩ ଜଣ, ଝାରସୁଗୁଡ଼ାରୁ ୪ ଜଣ, କେନ୍ଦ୍ରାପଡ଼ାରୁ ୩ ଜଣ, ଖୋର୍ଦ୍ଧାରୁ ୧୦୭ ଜଣ, ମୟୂରଭଞ୍ଜରୁ ୩ ଜଣ, ନୟାଗଡ଼ରୁ ୧ ଜଣ, ପୁରୀରୁ ୨ ଜଣ, ରାୟଗଡ଼ାରୁ ୧ ଜଣ, ସମ୍ୱଲପୁରରୁ ୮ ଜଣ, ସୋନପୁରରୁ ୧ ଜଣ ସୁନ୍ଦରଗଡ଼ରୁ ୪ ଜଣ ଓ ଷ୍ଟେଟ ପୁଲରୁ ୨୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୫୨ହଜାର ୮୩୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦ ଲକ୍ଷ ୪୨ ହଜାର ୪୪୩ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୧ ହଜାର ୮୯୪ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।