ଗତ ୨୪ ଘଣ୍ଟା ଭିତରେ ରାଜ୍ୟରେ ୧୯୫ କରୋନା ପଜିଟିଭ୍ ଚିହ୍ନଟ, ୨୪ଜଣ ଶିଶୁ ଓ କିଶୋର ସଂକ୍ରମିତ

Advertisment
ଗତ ୨୪ ଘଣ୍ଟା ଭିତରେ ରାଜ୍ୟରେ ୧୯୫ କରୋନା ପଜିଟିଭ୍ ଚିହ୍ନଟ, ୨୪ଜଣ ଶିଶୁ ଓ କିଶୋର ସଂକ୍ରମିତ

ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୯୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୧୫ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୮୦ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୨୪ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି।  ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯୯ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୨ ଜଣ, ବାଲେଶ୍ବରରୁ ୨ ଜଣ, ବରଗଡ଼ରୁ ୨ ଜଣ, ବଲାଙ୍ଗୀର ଜିଲ୍ଲାରୁ ୧ ଜଣ, କଟକରୁ ୧୧ ଜଣ, ଢେଙ୍କାନାଳରୁ ୫ ଜଣ, ଗଜପତିରୁ ୧ ଜଣ, ଯାଜପୁରରୁ ୫ ଜଣ, କେନ୍ଦ୍ରାପଡ଼ାରୁ ୨ ଜଣ, ଖୋର୍ଦ୍ଧାରୁ ୯୯ ଜଣ, ମୟୂରଭଞ୍ଜରୁ ୧୩ ଜଣ, ନୟାଗଡ଼ରୁ ୨ ଜଣ, ପୁରୀରୁ ୪ ଜଣ, ରାୟଗଡ଼ାରୁ ୧ ଜଣ, ସମ୍ୱଲପୁରରୁ ୮ ଜଣ, ସୋନପୁରରୁ ୧ ଜଣ, ସୁନ୍ଦରଗଡ଼ରୁ ୧୧ ଜଣ ଓ ଷ୍ଟେଟ ପୁଲରୁ ୨୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୫୦ହଜାର ୯୫୫  ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦ ଲକ୍ଷ ୪୦ ହଜାର ୪୦୩ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୨ ହଜାର ୭୧ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe