ଭୁବନେଶ୍ୱର: ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ) ଦ୍ଵାରା ପରିଚାଳିତ ଯୁକ୍ତ ୨ ବାଣିଜ୍ୟ ବିଭାଗ ପରୀକ୍ଷା ଫଳ ବୁଧବାର ପ୍ରକାଶ ପାଇଛି। ଚଳିତ ବର୍ଷ ପାସ୍‌ ହାର ୭୪.୯୫ ପ୍ରତିଶତ ରହିଛି। ତେବେ ପୂର୍ବ ବର୍ଷ ଅପେକ୍ଷା ପାସ୍‌ ହାର ୪.୬୯ ପ୍ରତିଶତ ବୃଦ୍ଧି ପାଇଥିବା ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି। ଭୁବନେଶ୍ବରସ୍ଥିତ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟରେ ପରୀକ୍ଷା ଫଳ ପୁସ୍ତିକା ପ୍ରକାଶ କରି ଉକ୍ତ ମତ ରଖିଛନ୍ତି ମନ୍ତ୍ରୀ।

Advertisment

publive-image

ତେବେ ଚଳିତ ବର୍ଷ ୨୫ ହଜାରରୁ ଅଧିକ ଛାତ୍ରଛାତ୍ରୀ ବାଣିଜ୍ୟ ପରୀକ୍ଷା ଦେଇଥିବା ବେଳେ ୧୯ ହଜାର ୩୧୮ ପରୀକ୍ଷାର୍ଥୀ ପାସ୍‌ କରିଛନ୍ତି। ଛାତ୍ରଙ୍କ ତୁଳନାରେ ଛାତ୍ରୀଙ୍କ ପାସ ହାର ଅଧିକ ରହିଛି। ୧୨ ହଜାର ୨୧୫ ଜଣ ଛାତ୍ର ପାସ୍‌ କରିଥିବା ବେଳେ ସେମାନଙ୍କ ପାସ୍‌ ହାର ୭୩.୩୭ ପ୍ରତିଶତ ରହିଛି। ସେହିପରି ୭ହଜାର ୧୦୩ଜଣ ଛାତ୍ରୀଙ୍କ ପାସ୍‌ କରିଥିବା ବେଳେ ସେମାନଙ୍କ ପାସ୍‌ ହାର ୭୭.୮ ପ୍ରତିଶତ ରହିଛିି।୪୦ଜଣ ଛାତ୍ରଛାତ୍ରୀ ୯୦ପ୍ରତିଶତରୁ ଅଧିକ ନମ୍ବର ରଖିଥିବା ବେଳେ ପ୍ରଥମ ଶ୍ରେଣୀରେ ୬,୬୧୦, ଦ୍ୱିତୀୟ ଶ୍ରେଣୀରେ ୪, ୨୫୯ ଓ ତୃତୀୟ ଶ୍ରେଣୀରେ ୮,୩୬୧ଜଣ ଛାତ୍ରଛାତ୍ରୀ ପାସ୍‌ କରିଛନ୍ତି।

CHSE Odisha +2 Commerce Result Tomorrow At Orissaresults.nic.in

ତେବେ ନୟାଗଡ଼ରେ ସର୍ବାଧିକ ପାସ୍‌ ହାର ୮୮.୭୦ ପ୍ରତିଶତ ରହିଥିବା ବେଳେ ସର୍ବନିମ୍ନ ପାସ୍‌ ହାର ୩୪.୧୭ ପ୍ରତିଶତ ଦେବଗଡ଼ରେ ରହିଛି। ୨୯ଟି ଉଚ୍ଚ ମାଧ୍ୟମିକ ସ୍କୁଲରେ ଛାତ୍ରଛାତ୍ରୀ ଶହେ ପ୍ରତିଶତ ରେଜଲ୍ଟ କରିଥିବା ବେଳେ ୨ଟି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ କୌଣସି ଛାତ୍ରଛାତ୍ରୀ ପାସ୍‌ କରି ନ ଥିବା ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି।