ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଥିବାର ସୂଚନା ମିଳିଛି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁସଂଖ୍ୟା ୮୩୯୩କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
Details of cases confirmed as death due to Covid-19, after due completion of death audit process:
1.A 58 years old Male of Bhubaneswar who was also suffering from Diabetes Mellitus & Acute Kidney Infection.
2.A 87 years old Male of Khordha District.
— H & FW Dept Odisha (@HFWOdisha) November 21, 2021
ସେହିପରି କରୋନାରେ ପ୍ରାଣ ହରାଇଥିବା ଆଉ ୨ ଜଣ ଲୋକଙ୍କ ସଂପର୍କରେ ସୂଚନା ଦେଇଛନ୍ତି ସରକାର। ପ୍ରାପ୍ତ ସୂଚନା ଅନୁଯାୟୀ, ଖୋର୍ଦ୍ଧା ଜିଲ୍ଲାରୁ ୨ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି। ଏମାନଙ୍କ ଭିତରେ ଭୁବନେଶ୍ବରର ଜଣେ ୫୮ ବର୍ଷିୟ ପୁରୁଷ ଅଛନ୍ତି ଯିଏକି ମଧୁମେହ ଓ କିଡନି ସଂକ୍ରମଣ ରୋଗରେ ପୀଡ଼ିତ ଥିଲେ। ଆଉଜଣେ ହେଲେ ଖୋର୍ଦ୍ଧାର ୮୭ ବର୍ଷିୟ ପୁରୁଷ।
ସୂଚନାଯୋଗ୍ୟ, ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୦୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୧୯ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୮୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି।
ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୪୭ ହଜାର ୦୦୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦ ଲକ୍ଷ ୩୬ ହଜାର ୨୩୦ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୨ ହଜାର ୩୨୭ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।