କରୋନାରେ ଆଉ ୨ ଜଣଙ୍କ ମୃତ୍ୟୁ, ଉଭୟ ମୃତ ବ୍ୟକ୍ତି ଗଞ୍ଜାମ ଜିଲ୍ଲାର ମହିଳା

ଭୁବନେଶ୍ବର: ରାଜ୍ୟରେ କରୋନାରେ ଆଉ ୨ ଜଣଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ମୃତକ ୨ ଜଣ ଗଞ୍ଜାମ ଜିଲ୍ଲାର ବୋଲି ବି ଜଣାଯାଇଛି। ଉଭୟ ମୃତ ବ୍ୟକ୍ତି ହେଉଛନ୍ତି ଗଞ୍ଜାମ ଜିଲ୍ଲାର ମହିଳା। ଏମାନଙ୍କ ଭିତରୁ ଜଣଙ୍କର ବୟସ ୪୮ ଏବଂ ଅନ୍ୟଜଣଙ୍କ ୩୯ ବର୍ଷ ବୟସ୍କା।  ଉଭୟଙ୍କର ଅନ୍ୟ ରୋଗ ବି ଥିଲା।  କୋଭିଡ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ବେଳେ ସେମାନଙ୍କର ମୃତ୍ୟୁ ଘଟିଛି।

ଏହା ସହିତ ଗଞ୍ଜାମ ଜିଲ୍ଲାରେ ମୃତ୍ୟୁ ସଂଖ୍ୟା ୧୪କୁ ବୃଦ୍ଧି ପାଇଛି | ଏଣେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୨୫କୁ ବୃଦ୍ଧି ପାଇଛି।ଅପରପକ୍ଷରେ କରୋନା ବ୍ୟତୀତ ଅନ୍ୟ ରୋଗରେ ୭ ପୀଡ଼ିତଙ୍କର ବି ମୃତ୍ୟୁ ଘଟିଛି ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଏବେ ରାଜ୍ୟରେ ମୋଟ୍ ୪୯୪୬ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୦୮୭ ରହିଛି।

ରାଜ୍ୟରେ ଆଜି ପୁଣି ୨୦୬ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାଫଳରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୦୬୫କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏମାନଙ୍କ ଭିତରୁ ୧୪ଜଣ ସ୍ଥାନୀୟ ସଂକ୍ରମିତ ଥିବା ବେଳେ ଅବଶିଷ୍ଟ ୧୯୨ଜଣ ସଙ୍ଗରୋଧ କେନ୍ଦ୍ରର ବୋଲି ଜଣାଯାଇଛି। ଏମାନଙ୍କ ଭିତରେ ଜଣେ ଅମ୍ଫାନ ବାତ୍ୟାର ଉଦ୍ଧାର କାର୍ଯ୍ୟରେ ନିୟୋଜିତ ହୋଇଥିବା ପଶ୍ଚିମବଙ୍ଗ ଫେରନ୍ତା କର୍ମଚାରୀ ଥିବା ଜଣାଯାଇଛି।

 

 

ସମ୍ବନ୍ଧିତ ଖବର