ପାଚିଲା ଧାନ ଜଗିବାକୁ ଯାଇଥିଲେ ଦୁଇ ଚାଷୀ: ହାତୀ ଆକ୍ରମଣରେ ଚାଲିଗଲା ଜୀବନ

ପାଚିଲା ଧାନ ଜଗିବାକୁ ଯାଇଥିଲେ ଦୁଇ ଚାଷୀ: ହାତୀ ଆକ୍ରମଣରେ ଚାଲିଗଲା ଜୀବନ

ଖୋର୍ଦ୍ଧା: ବାତ୍ୟା ଆସୁଥିବାରୁ ଧାନକୁ ସୁରକ୍ଷା ଦେବା ପାଇଁ ଦୁଇ ଚାଷୀ ଯାଇଥିଲେ ଜମିକୁ। ହେଲେ ହାତୀ ନେଲା ଉଭୟଙ୍କ ଜୀବନ। ଦୁଇ ମୃତ ଚାଷୀ ହେଲେ ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ବ୍ଲକ ରାମଚନ୍ଦ୍ରପୁର ପଞ୍ଚାୟତ ବରିକୋ ଗ୍ରାମର ଲକ୍ଷ୍ମୀଧର ବେହେରା (୭୦) ଓ  ପାରି ଓରଡ଼ ଗ୍ରାମର କୃଷ୍ଣ ଚନ୍ଦ୍ର ପ୍ରଧାନ(୬୫)।

ଗତକାଲି ରାତିରେ ଟାଙ୍ଗୀ ବନାଞ୍ଚଳ ବରିକୋ ଗ୍ରାମ ନିକଟରେ ୩ଟି ଜଙ୍ଗଲୀ ହାତୀ ଆତଙ୍କ ଭିଆଇଥିଲେ। ଏହାକୁ ନେଇ ସ୍ଥାନୀୟ ଚାଷୀଙ୍କ ମନରେ ଆତଙ୍କ ଖେଳି ଯାଇଥିଲା। ଲୋକେ ଧାନ ଜମିକୁ ସୁରକ୍ଷା ଦେବା ପାଇଁ ଏକାଠି ହେଉଥିବା ବେଳେ ବରିକୋ ଗ୍ରାମର ଲକ୍ଷ୍ମୀଧର ବେହେରା ଓ ପାରି ଓରଡ଼ ଗ୍ରାମର କୃଷ୍ଣ ଚନ୍ଦ୍ର ପ୍ରଧାନ ସାଙ୍ଗ ହୋଇ ଚାଷ ଜମିକୁ ଯାଇଥିଲେ।
ଚାଷ ଜମି ନିକଟରେ ଦୁହେଁ ବସିଥବା ବେଳେ ହାତୀ ପଲ ଆକ୍ରମଣ କରିଥିଲେ। ଫଳରେ ଚାଷ ଜମିରେ ଦୁହିଁଙ୍କର ମୃତ୍ୟୁ ହୋଇଥିଲା। କୃଷ୍ଣ ଚନ୍ଦ୍ର ଓ ଲକ୍ଷ୍ମୀଧର ଘରକୁ ଫେରିବାରେ ବିଳମ୍ବ ହେବାରୁ ସ୍ଥାନୀୟ ଲୋକେ ତାଙ୍କୁ ଖୋଜାଖୋଜି କରିଥିଲେ। ଆଜି ସକାଳୁ ସେମାନଙ୍କ ମୃତଦେହ ଚାଷ ଜମିରେ ଲୋକେ ଠାବ କରିଛନ୍ତି। ମୃତଦେହ ଚାଷ ଜମିରେ ଏବେ ବି ପଡ଼ି ରହିଛି। ଲୋକେ ବନ ବିଭାଗର ଅବହେଳାକୁ ଦାୟୀ କରିଛନ୍ତି। ସ୍ଥାନୀୟ ଲୋକେ ମୃତକଙ୍କ ପରିବାରକୁ କ୍ଷତିପୂରଣ ଦାବି କରିଛନ୍ତି। ପୁଲିସ ସହ ବନ ବିଭାଗ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe