କଟକ: ରାଜ୍ୟରେ ବର୍ଷା ଜାରି ରହିଛି। ଏହାରି ମଧ୍ୟରେ ପାଣିପାଗ ବିଭାଗ ପ୍ରବଳ ବର୍ଷା ଯୋଗୁଁ କଟକକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି । ଗୁରୁବାର ସକାଳେ ୨ ଘଣ୍ଟା ପାଇଁ ପାଣିପାଗ କେନ୍ଦ୍ର ସତର୍କ ସୂଚନା ଜାରି କରିଛି । ସତର୍କ ସୂଚନାରେ କୁହାଯାଇଛି ଯେ, କଟକ ସହରର ତଳି ଅଞ୍ଚଳରେ ପାଣି ଜମିପାରେ। ଏଥିପାଇଁ ସୁରକ୍ଷିତ ସ୍ଥାନରେ ରହିବାକୁ ଲୋକଙ୍କୁ ପରାମର୍ଶ ଦିଆଯାଇଛି ।

Advertisment

ଝାଡ଼ଖଣ୍ଡ ଉପରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ସହ ସକ୍ରିୟ ମୌସୁମୀ ବାୟୁ ପ୍ରଭାବରେ ୩ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଜାରି ରହିବ ବୋଲି ପାଣିପାଗ ବିଭାଗ କହିଛି । ଗୁରୁବାର ସକାଳେ ଅନୁଗୁଳ, ଢେଙ୍କାନାଳ, ଯାଜପୁର, କେନ୍ଦୁଝର,ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ମୟୂରଭଞ୍ଜ, ସୁନ୍ଦରଗଡ଼, ଝାରସୁଗୁଡ଼ା, ବାଲେଶ୍ୱର, ଭଦ୍ରକ, ସମ୍ବଲପୁର, ଦେବଗଡ଼, ବରଗଡ଼ ଜିଲ୍ଲାରେ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ଏଥିସହ କଟକରେ ଅଧିକ ବର୍ଷା ଯୋଗୁଁ ଲୋକମାନଙ୍କୁ ସୁରକ୍ଷିତ ସ୍ଥାନରେ ରହିବାକୁ ପରାମର୍ଶ ଦିଆଯାଇଛି ।