ଧର୍ମଶାଳା: ଧର୍ମଶାଳା ଥାନା ଅନ୍ତର୍ଗତ ଜାରକା କୁମାରୀପାଟ ନିକଟ ୧୬ ନମ୍ବର ଜାତୀୟ ରାଜପଥରେ ଆଜି ରାତି ସାଢ଼େ ୯ଟାରେ ଦୁଇଟି ଟ୍ରକ୍ ମଧ୍ୟରେ ଧକ୍କା ହେବାରୁ ଗୋଟିଏ ଟ୍ରକ୍‌ର ଚାଳକ ଓ ଖଲାସି ଗୁରୁତର ଆହତ ହୋଇଛନ୍ତି। ସ୍ଥାନୀୟ ଲୋକେ ଉଭୟଙ୍କୁ ନେଇ ଧର୍ମଶାଳା ଡାକ୍ତରଖାନାରେ ଭର୍ତ୍ତି କରିଥିଲେ।

Advertisment

ପ୍ରାଥମିକ ଚିକିତ୍ସା ପରେ ଉଭୟଙ୍କୁ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ପ୍ରକାଶ ଯେ, ଏକ ଟ୍ରକ୍ ଚଣ୍ଡିଖୋଲ ଅଭିମୁଖେ ଯାଉଥିବା ବେଳେ ହଠାତ୍ ବ୍ରେକ୍ ମାରିବାରୁ ଅନ୍ୟଏକ ମାଲବାହୀ ଟ୍ରକ୍ ଭାରସାମ୍ୟ ହରାଇ ସେଥିରେ ପିଟି ହୋଇଯାଇଥିଲା। ଫଳରେ ଉକ୍ତ ଟ୍ରକର ଚାଳକ ଓ ଖଲାସୀ ଆହତ ହୋଇଥିଲେ। ପୁଲିସ୍ ଦୁର୍ଘଟଣାଗ୍ରସ୍ତ ଟ୍ରକ୍ ଦୁଇଟିକୁ ଜବତ କରି ତଦନ୍ତ ଚଳାଇଛି।