ରାଜଧାନୀର ପୁଣି ଦୁଇଟି ସ୍ଥାନ କଣ୍ଟେନମେଣ୍ଟ ଜୋନ୍

Advertisment
ରାଜଧାନୀର ପୁଣି ଦୁଇଟି ସ୍ଥାନ କଣ୍ଟେନମେଣ୍ଟ ଜୋନ୍

the-hindu

ଭୁବନେଶ୍ୱର: ରାଜଧାନୀର ପୁଣି ଦୁଇଟି ସ୍ଥାନକୁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରାଯାଇଛି। ଆଜି ଭୁବନେଶ୍ୱର ମହାନଗର ନିଗମର ଝାରପଡ଼ା ଅଞ୍ଚଳରେ ଦୁଇଟି କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରିଛି ବିଏମସି।
ମିଳିଥିବା ସୂଚନା ଅନୁଯାୟୀ, ଝାରପଡ଼ାର ଜଗନ୍ନାଥ ଆଭେନ୍ୟୁ ଓ ବାଲାଜୀ କଂପ୍ଲେକ୍ସକୁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରାଯାଇଛି।
ଏହି ଅଞ୍ଚଳରୁ କୌଣସି ଲୋକ ବାହାରକୁ ଯାଇପାରିବେ ନାହିଁ କିମ୍ବା ବାହାରୁ ମଧ୍ୟ କେହି ପ୍ରବେଶ କରିପାରିବେ ନାହିଁ ବୋଲି ବିଏମ୍ସି କଟକଣା ଜାରି କରିଛି। ଏହି ଅଞ୍ଚଳରେ ସମ୍ପୃକ୍ତ ୱାର୍ଡ ଅଫିସର୍ ଅତ୍ୟାବଶ୍ୟକ ସାମଗ୍ରୀ ଯୋଗାଣ ଓ ସ୍ବାସ୍ଥ୍ୟସେବା ବ୍ୟବସ୍ଥା କରିବେ।
ସୂଚନାଯୋଗ୍ୟ, ଗୁରୁବାର ଦିନ ରାଜଧାନୀର ୯ଟି ଜାଗାରେ ବିଏମ୍ସି କଣ୍ଟେନମେଣ୍ଟ ଜୋନ୍ କରିଥିବା ବେଳେ ଶୁକ୍ରବାର ୧୧ଟି ଜାଗାରେ କଣ୍ଟେନମେଣ୍ଟ ଜୋନ୍ କରାଯାଇଥିବା ବେଳେ ଶନିବାର ଦିନ ୧୦ଟି ସ୍ଥାନକୁ ମାଇକ୍ରୋ କଣ୍ଟେନମେଣ୍ଟ କରାଯାଇଥିଲା। ଏହା ରାଜଧାନୀବାସୀଙ୍କର ଚିନ୍ତା ବଢ଼ାଇ ଦେଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe