ଝାରସୁଗୁଡା: ଆଜି ଝାରସୁଗୁଡା ଜିଲ୍ଲାରୁ ୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି | ୨ ଆକ୍ରାନ୍ତଙ୍କ ମଧ୍ୟରେ ଜଣେ ୧ ବର୍ଷର ଶିଶୁ ଥିବାବେଳେ ଜଣେ ୪୦ ବର୍ଷୀୟ ବ୍ୟକ୍ତି ଅଛନ୍ତି | ଝାରସୁଗୁଡା ଜିଲ୍ଲାପାଳ ସରୋଜ କୁମାର ସାମଲ ଏ ବାବଦରେ ସୂଚନା ଦେଇଛନ୍ତି | ମିଳିଥିବା ସୂଚନା ମୁତାବକ ଝାରସୁଗୁଡା ଜିଲ୍ଲାର ମଙ୍ଗଳବଜାର ଅଂଚଳର ଜଣେ ୧ ବର୍ଷର ଶିଶୁ କନ୍ୟା କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି | ଏହି ଶିଶୁଙ୍କ ପରିବାର ବାହାର ରାଜ୍ୟରୁ ଫେରି ହୋମ କ୍ଵାରେଣ୍ଟିନରେ ଥିଲେ |
Two more asymptomatic cases are tested COVID positive.
1-One year old girl child is of the same family of Mangal Bazar, Jharsuguda. The family is in home quarantine and under our constant vigilance
2-A forty year old male,returnee from Maharashtra is institutionally quarantined pic.twitter.com/4rdYcnipYl— DM_Jharsuguda (@dm_jharsuguda) May 22, 2020
ଗତକାଲି ଚିହ୍ନଟ ହୋଇଥିବା ୫ ବର୍ଷୀୟ ଶିଶୁ ଏହି ୧ ବର୍ଷୀୟ ଶିଶୁଙ୍କ ଭାଇ ବୋଲି ଜଣାପଡିଛି | ଅନ୍ୟ ଆକ୍ରାନ୍ତ ଜଣକ ମହାରାଷ୍ଟ୍ରରୁ ଫେରିଥିବାବେଳେ ସେ କ୍ଵାରେଣ୍ଟିନ ସେଣ୍ଟରରେ ଥିଲେ | ଏହା ପରେ ମଙ୍ଗଳବଜାର ଅଂଚଳକୁ କଣ୍ଟେନମେଣ୍ଟ ଅଂଚଳ ଭାବେ ଘୋଷଣା କରାଯାଇଛି |
ଏହି ଦୁଇ ଆକ୍ରାନ୍ତଙ୍କୁ ମିଶାଇ ଝାରସୁଗୁଡା ଜିଲ୍ଲାରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୫ରେ ପହଂଚିଛି | ସେହିପରି ରାଜ୍ୟରେ ମୋଟ କରୋନା ପଜିଟିଭଙ୍କ ସଂଖ୍ୟା ୧୧୯୧ରେ ପହଂଚିଥିବାବେଳେ ୪୩୬ ଜଣ ସୁସ୍ଥ ହୋଇଛନ୍ତି | ୭ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଏବେ ୭୪୮ଟି ସକ୍ରିୟ ମାମଲା ରହିଛି |