ଭୁବନେଶ୍ୱର: ପୁଣି ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ପୁଣି ଦୁଇ ଅଙ୍କ ଛୁଇଁଛି। ରାଜ୍ୟରେ ୨୦ କରୋନା ସଂକ୍ରମିତଙ୍କ ପ୍ରାଣହାନି ହୋଇଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁସଂଖ୍ୟା ୮୮୩୮କୁ ବୃଦ୍ଧି ପାଇଛି।
Details of cases confirmed as death due to Covid-19, after due completion of death audit process:
1.A 82 years old Female of Balasore District who was also suffering from Hypertension & Cerebro Vascular Accident.
— H & FW Dept Odisha (@HFWOdisha) February 11, 2022
ପ୍ରାପ୍ତ ସୂଚନା ଅନୁଯାୟୀ, ଯାଜପୁର ଜିଲ୍ଲାରୁ ସର୍ବାଧିକ ୪ ଜଣ ମୃତକ ଅଛନ୍ତି। ଯାଜପୁରର ଏକ ଛଅ ମାସର ଶିଶୁପୁତ୍ର ମୃତ୍ୟୁବରଣ କରିଥିବା ଜଣାଯାଇଛି। ଅପରପକ୍ଷରେ ବାଲେଶ୍ବର, ଖୋର୍ଦ୍ଧା ଓ କେନ୍ଦ୍ରାପଡ଼ା ଜିଲ୍ଲାରୁ ୩ ଜଣ ଲେଖାଏଁ ସଂକ୍ରମିତ ପ୍ରାଣ ହରାଇଛନ୍ତି। ଏଣେ ମୟୂରଭଞ୍ଜର ୨ ଜଣ ମୃତକ ଅଛନ୍ତି। ଏହାଛଡ଼ା ଭଦ୍ରକ, କଟକ, ଜଗତସିଂହପୁର, ନବରଙ୍ଗପୁର ଓ କେନ୍ଦୁଝର ଜିଲ୍ଲାର ଜଣେ ଲେଖାଏଁ ସଂକ୍ରମିତ ପ୍ରାଣ ହରାଇଛନ୍ତି।
ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧,୫୭୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୯୧୮ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୬୫୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୩୦୯ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୩୩ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୯ ଜଣ, ବାଲେଶ୍ୱରରୁ ୬୨ ଜଣ, ବରଗଡ଼ରୁ ୨୫ ଜଣ, ଭଦ୍ରକରୁ ୨୭ ଜଣ, ବଲାଙ୍ଗୀରରୁ ୪୦ ଜଣ, ବୌଦ୍ଧ ଜିଲ୍ଲାରୁ ୨୫, କଟକରୁ ୧୬୧ ଜଣ, ଦେବଗଡ଼ରୁ ୨୦ ଜଣ, ଢେଙ୍କାନାଳରୁ ୩୫ ଜଣ, ଗଜପତିରୁ ୪୭, ଗଞ୍ଜାମରୁ ୨୭ ଜଣ, ଜଗତସିଂହପୁରରୁ ୪୮ ଜଣ, ଯାଜପୁରରୁ ୫୨ ଜଣ, ଝାରସୁଗୁଡ଼ାରୁ ୧୩ ଜଣ, କଳାହାଣ୍ଡିରୁ ୨୨ ଜଣ, କନ୍ଧମାଳରୁ ୬୨ ଜଣ, କେନ୍ଦ୍ରାପଡ଼ାରୁ ୩୦ ଜଣ, କେଉଁଝରରୁ ୪୩ ଜଣ, ଖୋର୍ଦ୍ଧାରୁ ୨୩୩ ଜଣ, କୋରାପୁଟରୁ ୮୭ ଜଣ, ମାଲକାନଗିରିରୁ ୬ ଜଣ, ମୟୁରଭଞ୍ଜରୁ ୬୦ ଜଣ, ନବରଙ୍ଗପୁରରୁ ୨୦, ନୟାଗଡ଼ରୁ ୩୫ ଜଣ, ନୂଆପଡ଼ାରୁ ୨୩ ଜଣ, ପୁରୀରୁ ୩୯ ଜଣ, ରାୟଗଡ଼ାରୁ ୭୪ ଜଣ, ସମ୍ୱଲପୁରରୁ ୭୩ ଜଣ, ସୋନପୁରରୁ ୧୨, ସୁନ୍ଦରଗଡ଼ରୁ ୧୧୩ ଜଣ ଓ ଷ୍ଟେଟ ପୁଲରୁ ୪୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୨, ୭୪, ୫୭୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨, ୫୧, ୪୩୧ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୧୪, ୨୫୩ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।