ଭୁବନେଶ୍ୱର: ପୁଣି ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ପୁଣି ଦୁଇ ଅଙ୍କ ଛୁଇଁଛି। ରାଜ୍ୟରେ ୨୦ କରୋନା ସଂକ୍ରମିତଙ୍କ ପ୍ରାଣହାନି ହୋଇଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁସଂଖ୍ୟା ୮୭୫୪କୁ ବୃଦ୍ଧି ପାଇଛି।
19.A 52 years old Female of Nayagarh District who was also suffering from Bronchial Asthma.
20.A 56 years old Male of Rayagada District who was also suffering from Liver Mars.
— H & FW Dept Odisha (@HFWOdisha) February 7, 2022
ପ୍ରାପ୍ତ ସୂଚନା ଅନୁଯାୟୀ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬ ଜଣଙ୍କର ମୃତ୍ୟୁ ଘଟିଛି। ଅପରପକ୍ଷରେ କଳାହାଣ୍ଡି ଜିଲ୍ଲାର ୪ ଜଣ ସଂକ୍ରମିତଙ୍କ ମୃତ୍ୟୁ ହୋଇଛି। ଏଣେ କଟକ ଜିଲ୍ଲାର ୩ ଜଣ ସଂକ୍ରମିତ ପ୍ରାଣ ହରାଇଛନ୍ତି। ତେଣେ ଜଗତସିଂହପୁର ଓ ନୟାଗଡ଼ ଜିଲ୍ଲାର ୨ଜଣ ଲେଖାଏଁ ମୃତକ ଅଛନ୍ତି। ଏହାଛଡ଼ା ଯାଜପୁର, କେନ୍ଦ୍ରାପଡ଼ା ଓ ରାୟଗଡ଼ା ଜିଲ୍ଲାର ଜଣେ ଲେଖାଏଁ ସଂକ୍ରମିତଙ୍କ ମୃତ୍ୟୁ ହୋଇଛି। ଏମାନଙ୍କ ଭିତରେ ୭ ଜଣ ମହିଳା ଓ ୧୩ ଜଣ ପୁରୁଷ ଥିବା ଜଣାଯାଇଛି।
ସୂଚନାଯୋଗ୍ୟ, ରାଜ୍ୟରେ ଗତକାଲି ୨୩ ଜଣ ସଂକ୍ରମିତଙ୍କ ପ୍ରାଣହାନି ଘଟିଥିଲା। ଏହାଫଳରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୭୩୪ରେ ପହଞ୍ଚିଥିଲା।