ପାରଳାଖେମୁଣ୍ଡି/ଚନ୍ଦ୍ରଗିରି : ଗଜପତି ଜିଲ୍ଲା ଅଡବା ଥାନା ଅନ୍ତର୍ଗତ ଲୁଧିଗୁଡା ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ଜଗଦୀଶ ବେହେରା ମଦ୍ୟପାନ କରି ନିଶାଶକ୍ତ ଅବସ୍ଥାରେ ଅନ୍ୟ ଏକ ବିଦ୍ୟାଳୟ ଡେଙ୍ଗାସଖାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ଯାଇ ବିନା କାରଣରେ ୨୦ରୁ ଉର୍ଦ୍ଧ୍ଵ ଛାତ୍ରଛାତ୍ରୀଙ୍କୁ ୨ଟି ବାଉଁଶ ବେତରେ ପିଟିଥିଲେ । ଏହି ସମୟରେ କିଛି ଶିକ୍ଷକ ବୁଝାସୁଝା କରିବାକୁ ଆସିଥିବା ବେଳେ ସେମାନଙ୍କୁ ମଧ୍ୟ ମାଡ ମାରିଥିଲେ। ଏ ସମ୍ପର୍କରେ ଅବିଭାବକମାନେ ଖବର ପାଇବା ପରେ ନିଜ ନିଜର ପିଲାମାନଙ୍କୁ ୨ଟି ଅଟୋରେ ସେଠାରୁ ଆଡ଼ବା ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରରେ ନେଇ ପହଞ୍ଚିଥିଲେ। ପିଲାମାନଙ୍କ ଶରୀର ବିଭିନ୍ନ ସ୍ଥାନରେ ଆଘାତ ଲାଗିଥିବା ବେଳେ ମୁଣ୍ଡରେ ମଧ୍ୟ ଆଘାତ ଲାଗିଥିବା ସୂଚନା ମିଳିଛି।
/sambad/media/post_attachments/wp-content/uploads/2022/08/gajapati2-260x300.jpg)
ଏ ସମ୍ପର୍କରେ ଖବର ପାଇ ମୋହନା ଗୋଷ୍ଠୀ ଶିକ୍ଷା ଅଧିକାରୀ ଦେବଦାସ ତାମରାପୁ ସ୍ୱାସ୍ଥ୍ୟ କେନ୍ଦ୍ରରେ ପହଞ୍ଚି ସେମାନଙ୍କ ସ୍ବାସ୍ଥ୍ୟ ସମ୍ପର୍କରେ ବୁଝିବା ସହ ଛାତ୍ରଛାତ୍ରୀମାନଙ୍କ ଠାରୁ ସମସ୍ତ ବୟାନ ନେଇଥିଲେ । ମଦ୍ୟପ ଶିକ୍ଷକ ଜଗଦୀଶ ବେହେରାଙ୍କ ପ୍ରତି ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ପ୍ରତିଶୃତି ଦେଇଛନ୍ତି। ଶିକ୍ଷକଙ୍କୁ ଥାନାରେ ଅଟକ ରଖି ପୁଲିସ ତଦନ୍ତ ଜାରି ରଖିଛି। ମୋହନା ବ୍ଲକର ଉପାନ୍ତ ବିଦ୍ୟାଳୟ ଗୁଡିକରେ ବିଭିନ୍ନ ସମୟରେ ଶିକ୍ଷକଙ୍କ ଅନୁପସ୍ଥିତି ସାଙ୍ଗକୁ ବହୁ ବିଦ୍ୟାଳୟର ଶିକ୍ଷକମାନେ ଶିକ୍ଷାଦାନ ସମୟରେ ମଦ୍ୟପାନ କରି ଆସୁଥିବା ମଧ୍ୟ ପୂର୍ବରୁ ଅଭିଯୋଗ ହୋଇଛି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2022/08/gajapati.jpg)