ନାବାଳିକା ଦୁଷ୍କର୍ମକାରୀକୁ ୨୦ ବର୍ଷ ଜେଲ‌୍

Advertisment
ସାଉଣ୍ଡ ମେସିନ ଚୋରି, ୩ ଗିରଫ

Image Courtesy of India Today

କେନ୍ଦୁଝର: କେନ୍ଦୁଝର ଫାଷ୍ଟଟ୍ରାକ୍‌ କୋର୍ଟ ବିଚାରପତି ବିଜୟ କୁମାର ମିଶ୍ର ଏକ ନାବାଳିକା ଦୁଷ୍କର୍ମ ମାମଲାର ବିଚାର କରି ଦୋଷୀ ଅକ୍ଷୟ ମୁଣ୍ଡାକୁ ୨୦ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିବା ସହ ୨୦ ହଜାର ଟଙ୍କା ଜରିମାନା ଆଦେଶ ଦେଇଛନ୍ତି। ଜରିମାନା ଅନାଦେୟ ଅଧିକ ୧ ବର୍ଷ ଜେଲ୍‌। ୨୦୨୧ରେ ଅକ୍ଷୟ କେନ୍ଦୁଝର ସଦର ଥାନା ଅଞ୍ଚଳର ଜଣେ ୧୫ ବର୍ଷୀୟା ନାବାଳିକାଙ୍କୁ ଘରେ ଏକୁଟିଆ ପାଇ ଦୁଷ୍କର୍ମ କରିଥିଲା। ଘଟଣା ସମ୍ପର୍କରେ କାହାରିକୁ ନ ଜଣାଇବାକୁ ଧମକ ଦେଇଥିଲା। ନାବାଳିକା ଜଣକ ୭ ମାସର ଗର୍ଭବତୀ ହେବା ପରେ ପରିବାର ଲୋକେ ଘଟଣା ସମ୍ପର୍କରେ ଜାଣିଥିଲେ। ଏନେଇ ୨୦୨୧ ଜୁନ୍‌ ୨୧ରେ କେନ୍ଦୁଝର ସଦର ଥାନାରେ ଅଭିଯୋଗ ହେବା ପରେ ପୁଲିସ କେସ୍‌ ନମ୍ବର ୨୧୭/୨୦୨୧ରେ ଏକ ମାମଲା ରୁଜୁ କରି ଅକ୍ଷୟ ମୁଣ୍ଡାକୁ ଗିରଫ କରି କୋର୍ଟଚାଲାଣ କରିଥିଲା। ୧୪ଜଣ ସାକ୍ଷୀଙ୍କ ବୟାନ ଓ ପୁଲିସର ତଦନ୍ତ ରିପୋର୍ଟକୁ ଭିତ୍ତି କରି କୋର୍ଟ ଉପରୋକ୍ତ ଦଣ୍ଡାଦେଶ ଶୁଣାଇଛନ୍ତି। ପୀଡ଼ିତାଙ୍କୁ ଜିଲ୍ଲା ଆଇନସେବା ପ୍ରାଧିକରଣ ପକ୍ଷରୁ ୭ ଲକ୍ଷ ଟଙ୍କା ଅନୁକମ୍ପା ରାଶି ପ୍ରଦାନ କରିବାକୁ ଆଦେଶ ଦେଇଛନ୍ତି। ସରକାରଙ୍କ ପକ୍ଷରୁ ସ୍ୱତନ୍ତ୍ର ପିପି ଜ୍ଞାନେନ୍ଦ୍ରନାଥ ଜେନା ମାମଲା ପରିଚାଳନା କରୁଥିଲେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe