ରାଜ୍ୟରେ ଆଜି ୨୦୩ କରୋନା ପଜିଟିଭ ଚିହ୍ନଟ: ୩୧ ଜଣ ୧୮ ବର୍ଷରୁ କମ୍ ବୟସର

Advertisment
ରାଜ୍ୟରେ ଆଜି ୨୦୩ କରୋନା ପଜିଟିଭ ଚିହ୍ନଟ: ୩୧ ଜଣ ୧୮ ବର୍ଷରୁ କମ୍ ବୟସର

ଭୁବନେଶ୍ବର: ଆଜି ବି ରାଜ୍ୟରେ ୩ ଶହ ତଳେ ରହିଛି ଦୈନିକ କରୋନା ସଂକ୍ରମଣ। ଗତକାଲି ୨୮୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୦୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୧୯ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୮୪ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୩୧ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ୨୩ଟି ଜିଲ୍ଲାରୁ ୨୦୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୩୪ ଜଣ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ବର ଜିଲ୍ଲାରୁ ୫ ଜଣ, ବରଗଡ଼ରୁ ୧୧, ଭଦ୍ରକରୁ ୩ ଜଣ, ବଲାଙ୍ଗୀରରୁ ୧୪ ଜଣ, ବୌଦ୍ଧରୁ ୧, କଟକରୁ ୧୦ ଜଣ, ଦେବଗଡ଼ରୁ ୪ ଜଣ, ଗଜପତିରୁ ୩ ଜଣ, ଜଗତସିଂହପୁରରୁ ୨ ଯାଜପୁରରୁ ୭ ଜଣ, କଳାହାଣ୍ଡି ଜିଲ୍ଲାରୁ ୪ ଜଣ, କନ୍ଧମାଳରୁ ୪ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୨, କୋରାପୁଟ ଜିଲ୍ଲାରୁ ୧ ଜଣ, ମୟୂରଭଞ୍ଜରୁ ୯ ଜଣ, ନବରଙ୍ଗପୁରରୁ ୮ ଜଣ, ନୟାଗଡ଼ ଜିଲ୍ଲାରୁ ୭ ଜଣ, ନୂଆପଡ଼ାରୁ ୧୦, ପୁରୀରୁ ୯ ଜଣ, ରାୟଗଡ଼ାରୁ ୪ ଜଣ, ସମ୍ବଲପୁରରୁ ୮ ଜଣ, ସୋନପୁରରୁ ୬ ଜଣ, ସୁନ୍ଦରଗଡ଼ରୁ ୩୪ ଜଣ ଓ ଷ୍ଟେଟପୁଲରୁ ୭ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।
ଏପର୍ଯ୍ୟନ୍ତ ରାଜ୍ୟରେ ୧୩, ୨୫, ୨୬୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୩,୧୩, ୬୭୯ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୨୩୬୮ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe