ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ୨ ଶହ ଉପରେ: ୨୦ ଜଣ ୧୮ ବର୍ଷରୁ କମ୍ ବୟସର

ଭୁବନେଶ୍ବର: ଆଜି ପୁଣି ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ୨ ଶହ ଉପରେ ରହିଛି। ଗତକାଲି ୧୮୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୦୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୧୯ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୮୪ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୨୦ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ୨୬ଟି ଜିଲ୍ଲାରୁ ୨୦୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୬ ଜଣ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୧, ବାଲେଶ୍ବର ଜିଲ୍ଲାରୁ ୧୨, ବରଗଡ଼ରୁ ୨, ଭଦ୍ରକରୁ ୨, ବଲାଙ୍ଗୀରରୁ ୨, କଟକରୁ ୧୯ ଜଣ, ଦେବଗଡ଼ରୁ ୨, ଗଜପତିରୁ ୬, ଗଞ୍ଜାମରୁ ୪, ଜଗତସିଂହପୁରରୁ ୯ ଜଣ, ଯାଜପୁରରୁ ୪ ଜଣ, ଝାରସୁଗୁଡ଼ାରୁ ୧, କଳାହାଣ୍ଡିରୁ ୪, କନ୍ଧମାଳରୁ ୨, କେନ୍ଦ୍ରାପଡ଼ାରୁ ୧, କେନ୍ଦୁଝରରୁ ୪, ଖୋର୍ଦ୍ଧା ଜିଲ୍ଲାରୁ ୪୬, ମୟୂରଭଞ୍ଜରୁ ୧୧ ଜଣ, ନବରଙ୍ଗପୁରରୁ ୩, ନୟାଗଡ଼ ଜିଲ୍ଲାରୁ ୫ ଜଣ, ନୂଆପଡ଼ାରୁ ୩, ପୁରୀରୁ ୯ ଜଣ, ରାୟଗଡ଼ାରୁ ୧, ସମ୍ବଲପୁରରୁ ୧୨ ଜଣ, ସୋନପୁରରୁ ୩, ସୁନ୍ଦରଗଡ଼ରୁ ୨୫ ଜଣ ଓ ଷ୍ଟେଟପୁଲରୁ ୧୦ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। 24.
ଏପର୍ଯ୍ୟନ୍ତ ରାଜ୍ୟରେ ୧୩, ୩୪, ୦୯୦ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୩, ୨୩, ୪୩୭ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୧୪୦୭ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

ସମ୍ବନ୍ଧିତ ଖବର